ପ୍ରତିଷ୍ଠା ଦିବସ ପାଳିଲା ଭାଜପା

ଭୁବନେଶ୍ବର, ୭ା୪(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ଦଳର ସ୍ଥାପନା ଦିବସ ପାଳନ ଅବସରରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ କନକ ବର୍ଦ୍ଧନ ସିଂହଦେଓ ଦଳୀୟ ପତାକା ଉତ୍ତୋଳନ କରିଛନ୍ତି। ଏହା ସହିତ ଦଳର ପ୍ରତିଷ୍ଠାତା ସଭାପତି ଶ୍ୟାମାପ୍ରସାଦ ମୁଖାର୍ଜୀ ଏବଂ ସାଧାରଣ ସମ୍ପାଦକ ପଣ୍ଡିତ ଦୀନ୍‌ଦୟାଲ ଉପାଧ୍ୟାୟଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣକରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଦୀର୍ଘ ୪୩ ବର୍ଷର ଯାତ୍ରା ପୂରଣ କରି ଭାଜପା ୪୪ ତମ ପ୍ରତିଷ୍ଠା ଦିବସ ଦେଶବ୍ୟାପୀ ପାଳନ କରିଛି ା କୋଟି କୋଟି କାର୍ଯ୍ୟକର୍ତ୍ତା ଭାଜପାର ବିଚାରକୁ ପ୍ରତିଷ୍ଠା କରିବା ପାଇଁ ଦୀର୍ଘଦିନ ଧରି ସମୟ, ତ୍ୟାଗ, ସମର୍ପଣ ଓ ବଳିଦାନ ଦେଇଛନ୍ତି। ”ସଙ୍ଗଠନକୁ ମଜଭୁତ କରିଥିବା ଏବଂ ବିଶ୍ୱର ସର୍ବବୃହତ୍‌ ରାଜନୈତିକ ଦଳ ଭାବେ ଗଢ଼ି ତୋଳିଥିବା ସମସ୍ତ କାଯର୍‌ୟକର୍ତ୍ତା ଚିର ସ୍ମରଣୀୟ ହୋଇ ରହିବା ସହ ଆମ ସମସ୍ତଙ୍କୁ ସର୍ବଦା ପ୍ରେରଣା ଯୋଗାଇବ। ‘ସେବା ହିଁ ସଙ୍ଗଠନ’ କୁ ମୂଳମନ୍ତ୍ର କରି ଭାଜପାର ସମସ୍ତ କାର୍ଯ୍ୟକର୍ତ୍ତା ନିରନ୍ତର କାର୍ଯ୍ୟ କରିଚାଲିଛନ୍ତି। ‘ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ, ସବ୍‌କା ପ୍ରୟାସ’କୁ ମୂଳମନ୍ତ୍ର କରି ରାଷ୍ଟ୍ର ହିତ କାର୍ଯ୍ୟରେ ଭାଜପା ନିଜ କାର୍ଯ୍ୟଧାରାକୁ ଜାରି ରଖିଛି। ସଶକ୍ତ ଭାରତବର୍ଷ ଏବଂ ଆତ୍ମନିର୍ଭର ଭାରତ ଗଠନ କରିବା ପାଇଁ ଆମ ସମସ୍ତଙ୍କର ସାମୂହିକ ପ୍ରୟାସର ଆବଶ୍ୟକତା ରହିଛି ବୋଲି ସମୀର କହିଛନ୍ତି।“ ଏହି ଅବସରରେ ଦଳର ବହୁ ବରିଷ୍ଠ ନେତା ଏବଂ ବିଧାୟକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri