ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ରମେଶ ଚନ୍ଦ୍ର ଦଳେଇଙ୍କୁ ଦଳ ପୂର୍ବରୁ ପୁରୁଷୋତ୍ତମପୁର ଏନଏସିର ପ୍ରଭାରି ଭାବରେ ନିଯୁକ୍ତି ଦେଇଥିଲେ, ଯାହାକି ତାଙ୍କର କାର୍‌ୟଯଦକ୍ଷତା ଓ ସାଂଗଠନିକ ସ୍ଥିତି ସହ ଦଳକୁ ଦିନକୁ ଦିନ ଆଗେଇ ନେବାରେ ଲାଗିଥିବାର କାର୍ଯ୍ୟ ଶୈଳୀକୁ ନେଇ ଦଳ ପକ୍ଷରୁ ପୁଣି ଆଉ ଏକ ନୂଆ ଦାୟିତ୍ୱ ଭାବେ ଜିଲା କୃଷକ ମୋର୍ଚ୍ଚାର ଉପସଭାପତି ରୁପେ ନିଯୁକ୍ତି ଦେଇ ଦାୟିତ୍ୱ ପ୍ରଦାନ କରାଯାଇଛି ।
ସେହିପରି ପୁରୁଷୋତ୍ତମପୁର ଏନଏସିର ଯୁବନେତା ଦେବାଶିଷ ମହାନ୍ତିଙ୍କୁ ଜିଲା ଯୁବମୋର୍ଚ୍ଚାର ସାଧାରଣ ସଂପାଦକ ରୂପେ ନିଯୁକ୍ତି ଦେଇଛନ୍ତି। ଏହାକୁ ନେଇ ମହାନ୍ତି ପ୍ରତିକ୍ରିୟାରେ କହିଛନ୍ତି ଯେ, ଦଳ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଯେଉଁ ଗୁରୁଦାୟିତ୍ୱ ଦେଇଛନ୍ତି ତାହାକୁ ସୁଚାରୁରୁପେ ତୁଲାଇବା ସହ ଯୁବଗୋଷ୍ଠୀଙ୍କୁ ନେଇ ସଂଗଠନକୁ ମଜଭୁତ କରିବାସହ ଆଗାମୀ ପୌର ନିର୍ବାଚନ ଓ ପଞ୍ଚାୟତ ନିର୍ବାଚନରେ ଯେପରି ଜିଲାରେ ସମସ୍ତ ଏନଏସି, ପୌର ପରିଷଦ,ପଞ୍ଚାୟତ ଓ ବ୍ଲକକୁ ଭାଜପା ଏକାକୀ ଭାବରେ ଦଖଲ କରିବ ତାହା ମଧ୍ୟ ଲକ୍ଷ୍ୟ ରହିଛି ବୋଲି କହିଛନ୍ତି। ଏହି ନିଯୁକ୍ତିକୁ ନେଇ ଦୁଇ ଯୁବନେତୃତ୍ୱଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିବାରେ ଲାଗିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?