ହରମୋହନ, ଯୁଧିଷ୍ଠିରଙ୍କୁ ଗୁରୁ ଦାୟିତ୍ୱ ଦେଲା ଭାଜପା; ତୃଣମୂଳସ୍ତରରେ…

ହାଟଡିହୀ/ନିରାକାର ପରିଡା,୨।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ହରମୋହନ ଶାସିନୀ ଏବଂ ଯୁଧିଷ୍ଠିର ମଲ୍ଲିକଙ୍କୁ ଭାଜପା ତରଫରୁ ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଜିଲାସ୍ତରୀୟ ଏକ ବୈଠକରେ ଏହି ଦାୟିତ୍ୱ ପ୍ରଦାନ ନେଇ ଘୋଷଣା କରାଯାଇଛି ।ବୈଠକରେ ଭାଜପା ଜିଲା ସଭାପତି ଶୁକଦେବ ମହାନ୍ତଙ୍କ ସମେତ ଅନ୍ୟ ବରିଷ୍ଠ ନେତା ଏବଂ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଉଭୟଙ୍କୁ ସମ୍ବର୍ଦ୍ଧନା ଏବଂ ଶୁଭେଚ୍ଛା ଜଣାଯାଇଥିଲା । ହରମୋହନଙ୍କୁ ବାଲିବରେଇ ଏବଂ ଯୁଧିଷ୍ଠିରଙ୍କୁ ଶାଳନିଆଁ ମଣ୍ଡଳ ପ୍ରଭାରୀ ଦାୟିତ୍ୱ ପ୍ରଦାନ କରାଯାଇଛି।

ହାଟଡିହୀ ଭାଜପା କାର୍ଯ୍ୟାଳୟ ତରଫରୁ ଏକ ବୈଠକରେ ଉଭୟଙ୍କୁ ଭାଜପା କାର୍ଯ୍ୟକର୍ତ୍ତାମାନେ ସ୍ବାଗତ ଏବଂ ଶୁଭେଚ୍ଛା ଜଣାଇଛନ୍ତି। ବରିଷ୍ଠ ନେତା ଆଲୋକ ସେଠୀ, ଜ୍ଞାନ ରଞ୍ଜନ ସାମନ୍ତ ସିଂହାର, ସୁଶାନ୍ତ ଜେନା, ସୁନୀଲ ନାୟକ ଏବଂ ଅନ୍ୟ ଭାଜପା କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ। ଦଳ ତରଫରୁ ମିଳିଥିବା ଦାୟିତ୍ୱକୁ ସୂଚାରୁ ରୂପେ ତୁଲାଇବା ସହ ତୃଣମୂଳସ୍ତରରେ ଦଳକୁ ଅଧିକରୁ ଅଧିକ ମଜବୁତ କରାଯିବ ବୋଲି ଉଭୟ କହିଛନ୍ତି।

ସୂଚନା ଯୋଗ୍ୟ, ହରମୋହନ ଜଣେ ଦକ୍ଷ ଏବଂ ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା ଭାବେ ପୂର୍ବରୁ ଅନେକ ଦାୟିତ୍ୱ ନିର୍ବାହ କରିଛନ୍ତି। ସେ ଏବେ ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଅଛନ୍ତି। ପୂର୍ବରୁ ଜିଲା କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ, ହାଟଡିହୀ ମଣ୍ଡଳ ଏବଂ ଯୁବ ମୋର୍ଚ୍ଚା ସଭାପତି, କଟକ ଜିଲା ମାହାଙ୍ଗାରେ ବିସ୍ତାରକ, ଝାଡଖଣ୍ଡ, ପଶ୍ଚିମବଙ୍ଗ, ବାଲେଶ୍ୱର, ପାଟକୁରାରେ ପ୍ରଭାରୀ ଦାୟିତ୍ୱ ତୁଲାଇଛନ୍ତି । ଏଥିସହ ମରୈଗାଁ ସମବାୟ ସମିତିର ସଭାପତି ଦାୟିତ୍ୱ ମଧ୍ୟ ତୁଲାଇ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri