Posted inଜାତୀୟ

ଗୁଜରାଟରେ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବ କି ଭାଜପା: କେଜ୍‌ରିଓ୍ବାଲ

ଅହମ୍ମଦାବାଦ,୪।୮: ଆମ ଆଦମୀ ପାର୍ଟି ସଂଯୋଜକ(ଏଏପି) ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବୁଧବାର ଟୁଇଟ କରି ଭାଜପାକୁ ଏକ ବଡ଼ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଗୁଜରାଟରେ ଏଏପିର ଲୋକପ୍ରିୟତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ଦେଖି ଭାଜପା ଅତ୍ୟନ୍ତ କ୍ରୋଧିତ ହେବାରେ ଲାଗିଛି। ତେବେ ଗୁଜରାଟରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନରେ ଭାଜପା ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ କି ବୋଲି କେଜ୍‌ରିଓ୍ବାଲ ପ୍ରଶ୍ନ କରିଛନ୍ତି। ଏଥିସହ ଭୁପେନ୍ଦ୍ରଭାଇ ପଟେଲଙ୍କ କାର୍ଯ୍ୟରେ ଭାଜପା ଅସନ୍ତୁଷ୍ଟ ଅଛି କି ବୋଲି କେଜ୍‌ରିଓ୍ବାଲ ପ୍ରଶ୍ନ କରିଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଗୁଜରାଟରେ ବିଧାନସଭା ପାଇଁ ନିର୍ବାଚନ ହେବାକୁ ଯାଉଛି। ଏଠାରେ ଭାଜପା କ୍ଷମତାରେ ଥିବା ବେଳେ ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ରହିଛି। ଏଭଳି ସ୍ଥିତିରେ ଏଏପି ସରକାର ଗଢ଼ିବାକୁ ଏବେଠାରୁ ଉଦ୍ୟମ ଚଳାଇଛି। ଏଥିପାଇଁ ଲଗାତର ଭାବେ ଅରବିନ୍ଦ କେଜ୍‌ରିୱାଲ ଗୁଜରାଟ ଗସ୍ତ କରି ଏବେଠାରୁ ନିର୍ବାଚନୀ ପ୍ରଚାର ଆରମ୍ଭ କଲେଣି। ଏଥିସହ ଜନସାଧାରଣଙ୍କୁ ଗୁଜରାଟରେ ଦିଲ୍ଲୀ ମଡେଲ ଆଣିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ନିକଟରେ ଏଏପି ୧୦ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଥିଲେ। ଗୁଜୁରାଟର ସମସ୍ତ ୧୮୨ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ ବୋଲି ଏଏପି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri