Posted inଜାତୀୟ

ଇଲେକ୍ଟୋରାଲ ବଣ୍ଡ୍‌ରୁ ଭାଜପା ପାଇଛି ୭୦% ଚାନ୍ଦା

ନୂଆଦିଲ୍ଲୀ,୪।୧: ୨୦୨୨-୨୩ରେ ରାଜନୈତିକ ଦଳଗୁଡ଼ିକ ଇଲେକ୍ଟୋରାଲ୍‌ ବଣ୍ଡ୍‌ରୁ ଯେଉଁ ପାଣ୍ଠି ପାଇଛନ୍ତି, ସେଥିରୁ ଭାଜପା କେବଳ ୭୦% ଚାନ୍ଦା ପାଇଛି ବୋଲି ଆସୋସିଏଶନ ଫର୍‌ ଡେମୋକ୍ରାଟ୍ରିକ ରିଫର୍ମର୍ସ(ଏଡିଆର୍‌) ପକ୍ଷରୁ ପ୍ରକାଶ ପାଇଛି। ଏଡିଆର୍‌ ରିପୋର୍ଟ ଅନୁସାରେ ଭାରତ ରାଷ୍ଟ୍ରୀୟ ସମିତି(ବିଆର୍‌ଏସ୍‌) ୨୫% ଚାନ୍ଦା ପାଇଛି। ୩୯ଟି କର୍ପୋରେଟ ଏବଂ ବିଜ୍‌ନେସ୍‌ ହାଉସ୍‌ ୩୬୩ କୋଟି ଇଲେକ୍ଟୋରାଲ ଟ୍ରଷ୍ଟକୁ ଚାନ୍ଦା ଦେଇଥିବାବେଳେ ୩୪ କର୍ପୋରେଟ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ପ୍ରୁଡେଣ୍ଟ ଇଲେକ୍ଟୋରାଲ ଟ୍ରଷ୍ଟକୁ ୩୬୦କୋଟି ଟଙ୍କା ଚାନ୍ଦା ଦେଇଛନ୍ତି। ସେହିପରି ସମାଜ ଇଲେକ୍ଟୋରାଲ୍‌ ଟ୍ରଷ୍ଟକୁ ଗୋଟିଏ କମ୍ପାନୀ ୨କୋଟି, ପରିବର୍ତ୍ତନ ଇଲେକ୍ଟୋରାଲ ଟ୍ରଷ୍ଟକୁ ୨ଟି କମ୍ପାନୀ ୭୫.୫କୋଟି ଏବଂ ଟ୍ରମ୍ଫ ଇଲେକ୍ଟୋରାଲ ଟ୍ରଷ୍ଟକୁ ୨ଟି କମ୍ପାନୀ କେବଳ ୫୦କୋଟି ଟଙ୍କା ଚାନ୍ଦା ଆକାରରେ ଦେଇଛନ୍ତି।
ଟ୍ରଷ୍ଟରୁ ବିଭିନ୍ନ ରାଜନୈତିକ ଦଳଗୁଡ଼ିକୁ ମିଳିଥିବା ମୋଟ ଚାନ୍ଦାରୁ ଭାଜପାକୁ କେବଳ ୨୫୯.୦୮କୋଟି ଅର୍ଥାତ୍‌ ୭୦.୬୯% ମିଳିଛି। ବିଆର୍‌ଏସ୍‌କୁ ୯୦କୋଟି ଅର୍ଥାତ୍‌ ୨୪.୫୬% ମିଳିଛି। ଓ୍ବାଇଏସ୍‌ଆର୍‌ କଂଗ୍ରେସ, ଏଏପି ଏବଂ କଂଗ୍ରେସକୁ ମୋଟ ୧୭.୪୦କୋଟି ଟଙ୍କା ମିଳିଥିବା ଏଡିଆର୍‌ ରିପୋର୍ଟରେ ଉଲ୍ଲେଖ ରହିଛି। ପ୍ରୁଡେଣ୍ଟ ଇଲେକ୍ଟୋରାଲ୍‌ ଟ୍ରଷ୍ଟ ଭାଜପାକୁ ୨୫୬.୨୫କୋଟି ଟଙ୍କା ଚାନ୍ଦା ମିଳିଛି। ୨୦୨୧-୨୨ରେ ୩୩୬.୫୦କୋଟି ଟଙ୍କା ମିଳିଥିଲା। ସମାଜ ଇଲେକ୍ଟୋରାଲ୍‌ ଟ୍ରଷ୍ଟ ଆସୋସିଏଶନ ଭାଜପାକୁ ୧.୫୦କୋଟି ଟଙ୍କା ଦେଇଥିବାବେଳେ କଂଗ୍ରେସକୁ ୫୦କୋଟି ଟଙ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?