ଇଲେକ୍ଟୋରାଲ ବଣ୍ଡରେ ଭାଜପାକୁ ମିଳିଛି ସର୍ବାଧିକ ଟଙ୍କା, ଜାଣନ୍ତୁ ବିଜେଡି ପାଇଛି କେତେ ?

ଭୁବନେଶ୍ୱର,୧୬।୨: ବିବାଦୀୟ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା କାର୍ଯ୍ୟକାରୀ ହେବାଠାରୁ ଅଦ୍ୟାବଧି ରାଜନୈତିକ ଦଳଗୁଡ଼ିକୁ ଏହାର ବିକ୍ରିରୁ ୧୬,୦୦୦ କୋଟି ଟଙ୍କାରୁ ଅଧିକ ଚାନ୍ଦା ମିଳିଛି। ଏଥିରୁ ଏକ ସିଂହଭାଗ ଶାସକ ଦଳ ଭାଜପାକୁ ମିଳିଥିଲା। ସୁପ୍ରିମକୋର୍ଟ ଉକ୍ତ ଯୋଜନାକୁ ରଦ୍ଦ କରିଦେବା ଭାଜପା ପାଇଁ ବଡ଼ ଝଟକା।

ନିର୍ବାଚନ କମିଶନ ଏବଂ ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ (ଏଡିଆର୍‌) ପାଖରେ ଥିବା ତଥ୍ୟ ଅନୁଯାୟୀ ଗତ ଆର୍ଥତ୍କ ବର୍ଷ ସୁଦ୍ଧା ସବୁ ରାଜନୈତିକ ଦଳ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାରେ ୧୨,୦୦୦ କୋଟି ଟଙ୍କାରୁ ଅଧିକ ପାଇଥିବାବେଳେ ସେଥିରୁ ଶାସକ ଭାଜପାର ଭାଗ ଥିଲା ୫୫ ପ୍ରତିଶତ ବା ୬,୫୬୫ କୋଟି ଟଙ୍କା।

ବିଭିନ୍ନ ରାଜ୍ୟରେ କ୍ଷମତାରେ ଥିବା ଆଞ୍ଚଳିକ ଦଳଗୁଡ଼ିକ ମୋଟ ଚାନ୍ଦାର ୯୦ ପ୍ରତିଶତରୁ ଅଧିକ ଉକ୍ତ ବଣ୍ଡ୍‌ରୁ ପାଇଛନ୍ତି। ତେବେ ମୋଟାମୋଟି ଦେଖିଲେ ଇଲେକ୍ଟୋରାଲ ବଣ୍ଡ୍‌ରୁ ରାଜନୈତିକ ଦଳଗୁଡ଼ିକୁ ମିଳୁଥିବା ଚାନ୍ଦା ମୋଟ ଆୟର ଅଧାରୁ ଅଧିକ।

ତାଲିକାରେ ଭାଜପା ପଛକୁ ୧୧୨୩ କୋଟି ଟଙ୍କା ସହ କଂଗ୍ରେସ ଦ୍ୱିତୀୟ ସ୍ଥାନକୁ ରହିଛି। ୧୦୯୨ କୋଟି ସହ ତୃଣମୂଳ କଂଗ୍ରେସ ତୃତୀୟରେ, ୭୭୪ କୋଟି ଟଙ୍କା ସହ ବିଜୁ ଜନତା ଦଳ ଚତୁର୍ଥରେ ରହିଛି। ସେହିଭଳି ୬୧୬ କୋଟି ସହିତ ଡିଏମକେ ପଞ୍ଚମରେ, ୩୮୩ କୋଟି ସହ ଟିଆରଏସ ଷଷ୍ଠରେ, ୱାଇଏସଆରସିପି ୩୮୨ କୋଟି ସହିତ ସପ୍ତମରେ, ଟିଡ଼ିପି ୧୪୬ କୋଟି ସହିତ ଅଷ୍ଟମରେ, ଏସଏଚଏସ ୧୦୧ କୋଟି ସହିତ ନବମର ଥିବା ବେଳେ ୯୪ କୋଟି ସହ ଏଏପି ଦଶମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri