୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା କହିଲେ ଭାଜପା ନେତା

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଭାଜପା ନେତା ଗୌତମ ରାଏ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ବିରଜାଙ୍କ ନାଁରେ ରାଜନୀତି ନ କରିବାକୁ ଅନୁରୋଧ। ବିନା ସୂଚନାରେ କାହିଁକି ସେଦିନ ରାସ୍ତାରୋକୋ କରିଥିଲେ, ଏହା କଣ ଗଣତନ୍ତ୍ର ବୋଲି ଗୌତମ ପ୍ରଶ୍ନ କରିଛନ୍ତି। ଗାଡ଼ି ଭିତରେ ମାରପିଟ, ପିଏସଓଙ୍କୁ ଆକ୍ରମଣ ଓ ଚେନ ଛିଡ଼ାଇବା କଣ ଗଣତନ୍ତ୍ର? ସେମାନଙ୍କ ଉଚ୍ଚାରଣ ଓ ଆଚରଣ ଭିତରେ ଅନେକ ଫରକ ଅଛି।୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା ସୃଷ୍ଟି କରିଛନ୍ତି।

ବହୁ ବର୍ଷ ପୂର୍ବରୁ ବିରଜା ମନ୍ଦିର ନିକଟରେ ଚାଲି ଆସୁଥିବା ବିରଜା ହାଟକୁ ପୂର୍ବ ସରକାର ଅମଳରେ ବିରଜା ପ୍ରକଳ୍ପ ପାଇଁ ଏହାକୁ ସନ୍ଥ ମାଧବ ନିକଟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠି ଭଲ ବ୍ୟବସାୟ ହେଉ ନ ଥିବା ନେଇ ବାରମ୍ବାର ବ୍ୟବସାୟୀଙ୍କ ଅଭିଯୋଗରୁ ପୁଣି ହାଟକୁ ପୂର୍ବସ୍ଥାନକୁ ଫେରାଇ ଅଣାଯିବାକୁ ନିଷ୍ପତ୍ତି ହୋଇଥିଲା । ଯାହାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

ଗୋଟିଏ ଗୋଷ୍ଠୀ ପୂର୍ବ ସ୍ଥାନକୁ ହାଟ ଫେରିବା ଚାହୁଁଥିବା ବେଳେ ଅପର ଗୋଷ୍ଠୀ ବିରଜା ପ୍ରକଳ୍ପକୁ ଭଣ୍ଡୁର କରାଯିବାର ଉଦ୍ଦେଶ୍ୟ କହି ଏହାର ବିରୋଧ କରୁଥିଲେ। ହାଟ ସ୍ଥାନାନ୍ତର ପାଇଁ ପ୍ରଶାସନର ନିଷ୍ପତ୍ତି ବିରୋଧରେ ରାସ୍ତାରୋକୋବେଳେ ବିଧାୟକଙ୍କ ଗାଡ଼ି ସେଇ ରାସ୍ତା ଦେଇ ଅତିକ୍ରମ କରୁଥିବାବେଳେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ମାମଲାରେ ପୋଲିସ ୧୦ ଜଣଙ୍କୁ ଗିରଫ କରି ଜେଲ ହାଜତକୁ ପଠାଯାଇଛି ।

ବିଧାୟକ ହିମାଂଶୁ ତାଙ୍କ ଉପରେ ଆକ୍ରମଣ ଘଟଣାରେ ସିଧାସଳଖ ବବି ଦାସଙ୍କୁ ଦାୟୀ କରିଛନ୍ତି। ଏଥିସହ ଆଇନ ତା ବାଟରେ ଯିବ, ଆକ୍ରମଣରେ ସଂପୃକ୍ତ ସମସ୍ତେ ଗିରଫ ହେବେ ବୋଲି ହିମାଂଶୁ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri