ଓଡ଼ିଶାରେ ଭାଜପା ଶାସନ

ଭୁବନେଶ୍ୱର, ୧୩।୬ (ସୁନିତ୍‌ ମିଶ୍ର)ଓଡ଼ିଶାରେ ବୁଧବାରଠାରୁ ଆରମ୍ଭ ହୋଇଛି ଭାଜପା ଶାସନ। ଏହାସହ ରାଜ୍ୟରେ ‘ଡବଲ ଇଞ୍ଜିନ ସରକାର’ ପାଇଁ ଭାଜପା ଦେଇଥିବା ଆହ୍ବାନ ସଫଳ ହୋଇଛି। କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ଏଥିସହ ୮ ଜଣ ବିଧାୟକ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୂତି ଭୂଷଣ ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଏବଂ ୫ ଜଣ ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲିକ ଓ ସମ୍ପଦ ଚନ୍ଦ୍ର ସ୍ବାଇଁ ସ୍ବାଧୀନ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି।
ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ନୀତିନ ଗଡ଼କରୀ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ, ଭୂପେନ୍ଦ୍ର ଯାଦବ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ଏମ୍‌ପି ବୈଜୟନ୍ତ ପଣ୍ଡା, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ନରେନ୍ଦ୍ର ସିଂ ତୋମାର ଏବଂ ସହପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ। ଏହାସହ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମଧ୍ୟ ଯୋଗଦେଇଥିଲେ। ଭାଜପାର ନିମନ୍ତ୍ରଣକୁ ରକ୍ଷା କରି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ। ଭାଜପାର ନବନିର୍ବାଚିତ ସମସ୍ତ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ।
ନୂଆ ମନ୍ତ୍ରିମଣ୍ଡଳର ଶପଥ ଉତ୍ସବ କାର୍ଯ୍ୟକ୍ରମରେ ସାମିଲହେବା ଲାଗି ରାଜ୍ୟର ବିଭିନ୍ନ ସ୍ଥାନରୁ ବହୁ ସଂଖ୍ୟାକ ଅତିଥି ଏବଂ ଜନସାଧାରଣ ଆସି ପହଞ୍ଚିଥିଲେ। ଏତେ ସଂଖ୍ୟକ ଲୋକଙ୍କ ସମାଗମ କାରଣରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ଜାମ୍‌ ହୋଇଯାଇଥିଲା। ବ୍ୟାପକ ଟ୍ରାଫିକ ବ୍ୟବସ୍ଥା ସତ୍ତ୍ୱେ ଗାଡି ମୋଟର ଚଳାଚଳରେ ବହୁ ଅସୁବିଧା ଦେଖିବାକୁ ମିଳିଥିଲା। ଅପରାହ୍ନ ପ୍ରାୟ ୪ଟା୧୫ ପାଖାପାଖି ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସଭାସ୍ଥଳରେ ପହଞ୍ଚିଥିଲେ। ସେ ପ୍ରାୟ ୧ଘଣ୍ଟା ପର୍ଯ୍ୟନ୍ତ ସମାରୋହସ୍ଥଳରେ ବସିଥିବା ନେତା, କର୍ମୀ ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ ସାକ୍ଷାତ କରିଥିଲେ। ଏହାପରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ସାଧୁସନ୍ଥମାନଙ୍କ ପାଦ ଧୂଳି ନେଇଥିଲେ। ପ୍ରାୟ ୫ଟା ୫ମିନିଟ୍‌ ସମୟରେ ପ୍ରଧାନମନ୍ତ୍ରୀ ଓ ରାଜ୍ୟପାଳ ଆସି ସଭାମଞ୍ଚରେ ପହଞ୍ଚିଥିଲେ। ଏହାପରେ ରାଜ୍ୟପାଳ ରଘୁବର ଦାସ ପ୍ରଥମେ ମୁଖ୍ୟମନ୍ତ୍ରୀ, ୨ ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରିମଣ୍ଡଳ ସଦସ୍ୟମାନଙ୍କୁ ପଦ ଓ ଗୋପନୀୟତା ଶପଥ ପାଠ କରାଇଥିଲେ। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଓଡ଼ିଆରେ ଶପଥ ପାଠ କରିଥିବା ଦେଖିବାକୁ ମିଳିଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ଫୁଲତୋଡ଼ା ଦେଇ ନୂଆ ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଶୁଭେଚ୍ଛା ଜଣାଇଥିଲେ।

କାର୍ଯ୍ୟକ୍ରମ ଶେଷ ହେବାପରେ ପ୍ରଧାନମନ୍ତ୍ରୀ ମଞ୍ଚର ଏକ କୋଣକୁ ଆସି ଶପଥ ଉତ୍ସବ କାର୍ଯ୍ୟକ୍ରମ ଲାଗି ଆମନ୍ତ୍ରିତ ହୋଇଥିବା ସାଧୁସନ୍ଥମାନଙ୍କୁ ପ୍ରଣାମ କରିଥିଲେ। ଏହାପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀମାନଙ୍କ ସହ କିଛି ସମୟ ଆଲୋଚନାକରି ସେଠାରୁ ଫେରିଯାଇଥିଲେ। ପ୍ରଧାନମନ୍ତ୍ରୀ ଦ୍ୱିପ୍ରହର ସମୟରେ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ରାଜଭବନ ଗସ୍ତ କରିଥିଲେ। ରାଜଭବନରୁ ଆସିବା ସମୟରେ ତାଙ୍କୁ ଦେଖିବା ଲାଗି ରାସ୍ତାକଡ଼ରେ ପ୍ରବଳ ଲୋକଙ୍କ ଭିଡ଼ ଜମିଥିଲା। ପ୍ରଧାନମନ୍ତ୍ରୀ ହାତ ହଲାଇ ସମସ୍ତଙ୍କୁ ଅଭିବାଦନ ଜଣାଇଥିଲେ।
ଅନ୍ୟପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଭାସ୍ଥଳରେ ପହଞ୍ଚିବା ପରେ ସମସ୍ତ ଭାଜପା ନେତା ତାଙ୍କୁ ପ୍ରଣାମ କରିଥିଲେ। ମୋହନ ମାଝି ମଧ୍ୟ ଯାଇ ନବୀନଙ୍କ ଆଶୀର୍ବାଦ ନେଇଥିଲେ। ମନ୍ତ୍ରିମଣ୍ଡଳର ସଦସ୍ୟମାନେ ମଧ୍ୟ ନବୀନଙ୍କ ଆଶୀର୍ବାଦ ନେଇଥିଲେ। କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ସେହି ସମୟରେ ସଭାସ୍ଥଳରେ ଅନ୍ୟ ଜଣଙ୍କ ସହ କଥା ହେଉଥିଲେ, ମାତ୍ର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ନବୀନଙ୍କ ଉପସ୍ଥିତି ବିଷୟରେ ଜଣାଇଥିଲେ। ଏହାପରେ ସଙ୍ଗେ ସଙ୍ଗେ ନବୀନଙ୍କୁ ଭେଟିବା ଲାଗି ରାଜନାଥ ଯାଇଥିଲେ। ଶପଥ ପାଠ ଉତ୍ସବ ଚାଲିଥିବା ବେଳେ ଭାରତମାତା କି ଜୟ, ଜୟ ଶ୍ରୀରାମ, ମୋଦି ଜିନ୍ଦାବାଦ ନାରାରେ ସମାରୋହସ୍ଥଳ କମ୍ପି ଉଠୁଥିଲା। ଏହି କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳ ସମ୍ପୂର୍ଣ୍ଣ ପୋଲିସ ଛାଉଣି ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?