Posted inଜାତୀୟ

ବିଭେଦ ସୃଷ୍ଟି କରୁଛି ଭାଜପା ସରକାର: ସୋନିଆ

ରାଏବରେଲି,୨୨।୨: ଭାଜପା ନେତୃତ୍ୱାଧୀନ ସରକାର ଲୋକଙ୍କ ମଧ୍ୟରେ ବିଭେଦର ମଞ୍ଜି ବୁଣିବା ବ୍ୟତୀତ ଅନ୍ୟ କିଛି କରୁନାହିଁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର କହିଛନ୍ତି। ରାଏବରେଲିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ ଯାଇଥିବା ସୋନିଆ କହିଥିଲେ, ଭାଜପା ତାଙ୍କ ନିର୍ବାଚନ ମଣ୍ଡଳୀ ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଛି। କୋଭିଡ୍‌ ମହାମାରୀ ପରିଚାଳନାରେ ବିଫଳତା ପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦାୟୀ କରିଛନ୍ତି। ଗତ ୫ ବର୍ଷ ହେଲା ଭାଜପା ସରକାର ଲୋକଙ୍କ ମଧ୍ୟରେ ବିଭାଜନ କରିବା ବ୍ୟତୀତ ଅନ୍ୟ କିଛି କରିନାହିଁ। ଏଥର ନିର୍ବାଚନ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି ବୋଲି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନରେ ସୋନିଆ କହିଛନ୍ତି। ଆସନ୍ତା ୨୩ରେ ରାଏବରେଲିରେ ମତଦାନ ହେବାକୁ ଯାଉଛି।
୨୦୦୪ରୁ ରାଏବରେଲିରୁ ଏମ୍‌ପି ରହିଆସିଥିବା ସୋନିଆ କହିଥିଲେ, ମହାମାରୀ ସମୟରେ ଯୋଗୀ ସରକାର ଜନସାଧାରଣଙ୍କ ଦୁର୍ଦ୍ଦଶା ପ୍ରତି ଆଖିବୁଜି ଦେଇଥିଲେ। ଚାଷୀଙ୍କ ଦୁର୍ଦ୍ଦଶା ଏବଂ ତୈଳ ଦର ବୃଦ୍ଧି ତଥା ମୁଦ୍ରାସ୍ଫୀତିକୁ ନେଇ ସେ ସମାଲୋଚନା କରିଥିଲେ। ଶିକ୍ଷିତ ଯୁବକ ଚାକିରି ପାଇଁ ପ୍ରସ୍ତୁତ ହେଉଛନ୍ତି। କିନ୍ତୁ ଭାଜପା ସରକାର ସେମାନଙ୍କୁ ଘରେ ବସିବାକୁ ବାଧ୍ୟ କରୁଛି। ଅନୂ୍ୟନ ୧୨ ଲକ୍ଷ ସରକାରୀ ପଦବୀ ଖାଲି ପଡ଼ିଛି, ହେଲେ ଯୁବତୀଯୁବକଙ୍କୁ ନିଯୁକ୍ତି ଦିଆଯାଉ ନାହିଁ କହି ସୋନିଆ ଭାଜପା ସରକାରକୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri