Posted inଜାତୀୟ

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ କରାଯିବ ବୋଲି ଘୋଷଣା କରିଛି। ଅନ୍ୟପକ୍ଷେ କଂଗ୍ରେସ ଏହାକୁ ଭାଜପାର ଜୁମ୍‌ଲା ଆଖ୍ୟା ଦେଇ ସମାଲୋଚନା କରିଛି।
ଅକ୍ଟୋବର ୫ରେ ହରିୟାଣା ବିଧାନସଭାର ୯୦ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ବୁଧବାର ବିରୋଧୀ ଦଳ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ ପାଇଥିଲା। ଏହାର ଦିନକ ପରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ରୋହତକରେ ଦଳୀୟ ଇସ୍ତାହାର (ସଂକଳ୍ପ ପତ୍ର) ଉନ୍ମୋଚନ କରିଛନ୍ତି। ଏଥିରେ ମୁଖ୍ୟତଃ ୨୦ଟି ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯାଇଛି। ରାଜ୍ୟର ସମସ୍ତ ମହିଳାଙ୍କୁ ଲାଡୋ ଲକ୍ଷ୍ମୀ ଯୋଜନାରେ ମାସିକ ୨,୧୦୦ ଟଙ୍କା ସହାୟତା ଦିଆଯିବ। ରାଜ୍ୟରେ ୧୦ଟି ଔଦ୍ୟୋଗିକ ସହର ନିର୍ମାଣ କରାଯିବ। ପ୍ରତି ସହରର ୫୦ ହଜାର ଯୁବତୀଯୁବକଙ୍କୁ ନିଯୁକ୍ତି ଦିଆଯିବ। ଚିରାୟୁ ଆୟୁଷ୍ମାନ ଯୋଜନାରେ ପରିବାର ପିଛା ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା ଉପଲବ୍ଧ ହେବ। କୃଷକଙ୍କ ଉତ୍ପାଦିତ ୨୪ଟି ଫସଲ ପାଇଁ ଏମ୍‌ଏସ୍‌ପି, ସହରାଞ୍ଚଳ ଓ ଗ୍ରାମାଞ୍ଚଳ କ୍ଷେତ୍ରରେ ୫ ଲକ୍ଷ ଆବାସ, ସରକାରୀ ହସ୍ପିଟାଲରେ ମାଗଣାରେ ଡାଏଲିସିସ୍‌, ପ୍ରତି ଜିଲାରେ ଅଲିମ୍ପିକ୍‌ ନର୍ସରୀ, ଗୃହିଣୀଙ୍କୁ ୫୦୦ ଟଙ୍କାରେ ରନ୍ଧନ ଗ୍ୟାସ ସିଲିଣ୍ଡର ଭଳି ମନଲୋଭା ପ୍ରତିଶ୍ରୁତି ଦେଇଛି ଭାଜପା। କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂ ହୁଡ଼ା ଏନେଇ କହିଛନ୍ତି, ଭାଜପା ୨୦୧୪ ଏବଂ ୨୦୧୯ରେ ଦେଇଥିବା ପ୍ରତିଶ୍ରୁତିକୁ ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ କରି ନ ଥିବାବେଳେ ସେଗୁଡ଼ିକୁ ଏଥିରେ ଦୋହରାଇଛି। ଭାଜପା ସରକାର ଏପରି କରି ନିଜ ବିଫଳତାକୁ ପରୋକ୍ଷରେ ସ୍ବୀକାର କରିଥିବା ହୁଡ଼ା ସମାଲୋଚନା କରିଛନ୍ତି। ସଂକଳ୍ପପତ୍ର ଜାରି ବେଳେ ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ଓ ଦଳର ଅନ୍ୟ ନେତାମାନେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri