ଓଡ଼ିଶାରେ ୫୦ ବର୍ଷ ଯାଏଁ ରହିବ ଭାଜପା ସରକାର: ହିମନ୍ତ

ଭୁବନେଶ୍ୱର, ୨୮ା୩(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌, ଛତିଶଗଡ଼ ରାଜ୍ୟପାଳ ରମଣ ସିଂ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଲୋକ ସେବା ଭବନରେ ମୋହନ ମାଝୀଙ୍କ ସହ ସାକ୍ଷାତ କରିଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ଓଡ଼ିଶା ବିଧାନସଭା ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠକୁ ଯାଇ ମୋହନ ମାଝୀଙ୍କ ସହ ସାକ୍ଷାତ କରିଥିଲେ। ଉଭୟଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ହିମନ୍ତ କହିଛନ୍ତି, ଭାଜପା ରାଜ୍ୟରେ ଯେଉଁଭଳି ଭାବେ କାମ କରୁଛି, ଓଡ଼ିଶାରେ ୫୦ ବର୍ଷ ଯାଏଁ ଭାଜପା ସରକାର ରହିବ। ଆଉ କାହାକୁ ସୁଯୋଗ ମିଳିବନାହିଁ। ଲୋକମାନେ ମଧ୍ୟ ଆଉ କାହା କଥା ଭାବିବେନାହିଁ। ବିଧାନସଭାରେ ଛତିଶଗଡ଼ ରାଜ୍ୟପାଳ ରମଣ ସିଂ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri