ଓଡ଼ିଶାରେ ୫୦ ବର୍ଷ ଯାଏ ରହିବ ଭାଜପା ସରକାର: ଭବିଷ୍ୟବାଣୀ କଲେ ହିମନ୍ତ

ଭୁବନେଶ୍ୱର, ୨୯ା୩(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବଂ ଛତିଶଗଡ଼ ବିଧାନସଭାର ବାଚସ୍ପତି ରମଣ ସିଂ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଫଡ୍‌ନବିସ୍‌ ଲୋକ ସେବା ଭବନରେ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ଓଡ଼ିଶା ବିଧାନସଭା ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠକୁ ଯାଇ ମୋହନ ମାଝୀଙ୍କ ସହ ସାକ୍ଷାତ କରିଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ହିମନ୍ତ କହିଛନ୍ତି, ଭାଜପା ଓଡ଼ିଶାରେ ଯେଉଁଭଳି ଭାବେ କାମ କରୁଛି, ଏଠାରେ ୫୦ ବର୍ଷ ଯାଏଁ ଭାଜପା ସରକାର ରହିବ। ଆଉ କାହାକୁ ସୁଯୋଗ ମିଳିବନାହିଁ। ଲୋକମାନେ ମଧ୍ୟ ଆଉ କାହା କଥା ଭାବିବେନାହିଁ ବୋଲି ସେ କହିଛନ୍ତି। ଛତିଶଗଡ଼ ବାଚସ୍ପତି ରମଣ ସିଂ ବିଧାନସଭାଠାରେ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri