‘ଲୋକଙ୍କ ନିକଟତର ହେବାକୁ ଚାହୁଁଛି ଭାଜପା ସରକାର’

ଭବାନୀପାଟଣା,୫ା୩(ଉତ୍ତମ କୁମାର ଦାଶ): ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ୨୦୨୫-୨୬ବର୍ଷ ପାଇଁ ୨ଲକ୍ଷ ୯୦ହଜାର କୋଟି ଆର୍ଥିକ ବଜେଟ ଉପସ୍ଥାପନା କରାଯାଇଛି। ଏହା ଓଡ଼ିଶାର ସାଧାରଣ ଲୋକଙ୍କ ବଜେଟ। ଭାଜପା ସରକାର ଲୋକଙ୍କ ନିକଟତର ହେବାକୁ ଚାହୁଁଛି ବୋଲି ବୁଧବାର ଭବାନୀପାଟଣା ସର୍କିଟ ହାଉସରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଏହି ବଜେଟରେ ଚାଷୀ, ମହିଳା, ଯୁବବର୍ଗ, ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, କୃଷି ଓ ଜଳସେଚନ, ନଗର ଉନ୍ନୟନ, ପୁଞ୍ଜି ନିବେଶ, ଶିଳ୍ପାୟନ, ଭିତ୍ତିଭୂମି ଭଳି ସମସ୍ତ କ୍ଷେତ୍ରକୁ ପ୍ରାଧାନ୍ୟ ଦିଆଯାଇଛି। ରାଜ୍ୟର ୫୮ଟି ସବ୍‌ଡିଭିଜନରେ ୬୦କୋଟି ବ୍ୟୟରେ ଶୀତଳଭଣ୍ଡାର ନିର୍ମାଣ କରାଯିବ। ଏଥିରେ କଳାହାଣ୍ଡି ଜିଲାର ଭବାନୀପାଟଣା ଓ ଧର୍ମଗଡ ସବ୍‌ଡିଭିଜନରେ ଗୋଟିଏ ଲେଖାଏ ଶୀତଳ ଭଣ୍ଡାର ନିର୍ମାଣ କରାଯିବ। ସେହିପରି ସୁଭଦ୍ରା ଯୋଜନାରେ ବର୍ତ୍ତମାନ ସୁଦ୍ଧା ୯୮ଲକ୍ଷ ମହିଳା ଉପକୃତ ହୋଇଥିବାବେଳେ ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ପୁଣି ୨ଲକ୍ଷ ମହିଳାଙ୍କୁ ସଂଯୋଗ କରାଯିବ। ଏହିସବୁ ଯୋଜନା କିଭଳି ଠିକ୍‌ ଭାବେ ରୂପାୟନ ହୋଇପାରିବ ଓ ଏହାଦ୍ୱାରା ସାଧାରଣ ଲୋକେ କିଭଳି ଫାଇଦା ପାଇପାରିବେ ସେ ଉପରେ ଆମେ ଯତ୍ନବାନ ଅଛୁ ବୋଲି ମନ୍ତ୍ରୀ ଖୁଣ୍ଟିଆ କହିଥିଲେ। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସଭା ସାଂସଦ ସୁଜିତ କୁମାର, ଲୋକ ସଭା ସାଂସଦ ମାଳବିକା ଦେବୀ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ, ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ଜିଲା ସଭାପତି ଯୁଗଳ କିଶୋର ପୋଢ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର ପ୍ରମୁଖ ଯୋଗଦେଇଥିଲେ। ଜିଲା ଉପସଭାପତି ପ୍ରଶାନ୍ତ କୁମାର ସାହୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri