ଭାଜପାରେ ଗୋଷ୍ଠୀ ସଂଘର୍ଷ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ଦିଗପହଣ୍ଡି,୨୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକା କାମକୁ ନେଇ ଦୀର୍ଘଦିନ ଧରି ଲାଗି ରହିଥିବା ବିବାଦ ଗତ ୫ ତାରିଖ ସକାଳେ ହିଂସାକାଣ୍ଡରେ ପରିଣତ ହୋଇଥିଲା। ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷରେ ଉଭୟ ଗୋଷ୍ଠୀର ଏକାଧିକ ବ୍ୟକ୍ତି ଆହାତ ହୋଇଥିଲେ। ଏହି ଘଟଣାର ମାଷ୍ଟର ମାଇଣ୍ଡ ମନୋଜ କୁମାର ସାହୁଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ସୋମବାର ଅପରାହ୍ନରେ ସରପଞ୍ଚ ପ୍ରିୟଙ୍କା ନାୟକ ଏବଂ ସମିତି ସଭ୍ୟ ସମୀର ଦଳ ବେହେରାଙ୍କ ନେତୃତ୍ୱରେ ବହୁ ସଂଖ୍ୟକ ମହିଳା ପୁରୁଷ କେ.ନୂଆଗାଁ ଥାନାରେ ପହଞ୍ଚି ମୁଖ୍ୟ ଫାଟକରେ ତାଲା ପକାଇବା ସହ ଥାନା ଘେରାଉ କରିଥିଲେ। ପରେ ପୋଲିସ ଟିମ ବୁଝାସୁଝା କରିବା ପରେ ଉତ୍ତେଜିତ ଲୋକେ ଫାଟକରୁ ତାଲା ଖୋଲି ବ୍ରହ୍ମପୁର ଏସପି ଡା. ଶ୍ରବଣ ବିବେକ ଏମ ଏଠାରେ ପହଞ୍ଚି ଆଲୋଚନା କରିବା ଦାବିରେ ଲୋକେ ବିଳମ୍ବିତ ସନ୍ଧ୍ୟା ଯାଏ ଫାଟକ ସମ୍ମୁଖରେ ଧାରଣାରେ ବସି ରହିଥିଲେ। ଉଭୟପକ୍ଷଙ୍କ ଏତଲା କ୍ରମେ କେ.ନୂଆଗାଁ ଆଇଆଇସି କିଶୋର କୁମାର ସାମଲ ଥାନା ମାମଲା ନଂ.୩୮୩/୨୫ ଏବଂ ୩୮୪/୨୫ ଅନୁଯାୟୀ ପୃଥକ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇବା ସହ ଏହି ଘଟଣାରେ ସମ୍ପୃକ୍ତ ସରପଞ୍ଚ ପ୍ରିୟଙ୍କା ନାୟକଙ୍କ ସ୍ବାମୀ ଶ୍ୟାମ ନାୟକ ଏବଂ ତାଙ୍କ ବିପକ୍ଷ ଗୋଷ୍ଠୀର କାଳୁ ଗୌଡ଼ଙ୍କୁ ଗତ ୧୩ ତାରିଖରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ମନୋଜ ସୋମବାର ସକାଳେ ସହଦେବ ଟିକରପଡ଼ା ଗ୍ରାମକୁ ଆସିଥିଲେ ମଧ୍ୟ ତାଙ୍କୁ ରାଜନୈତିକ ଚାପର ବଶବର୍ତ୍ତୀ ହୋଇ ତାଙ୍କୁ ପୋଲିସ ଗିରଫ କରୁନଥବା ସରପଞ୍ଚ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଆଇଆଇସି କିଶୋର କୁମାର ସାମଲଙ୍କ ଅନୁପସ୍ଥିତିରେ ଦାୟିତ୍ୱରେ ଥିବା ଜୟନାଥ ପ୍ରଧାନ ଉତ୍ତେଜିତ ଗ୍ରାମବାସୀଙ୍କ ସହ କଥାବାର୍ତ୍ତା ହୋଇ ଖୁବଶୀଘ୍ର ସମ୍ପୃକ୍ତ ସମସ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବାର ପ୍ରତିଶ୍ରୁତି ଦେବା ପରେ ସେମାନେ ଫେରିଥିବା ଜଣାପଡ଼ିଛି। ଏନେଇ ଆଇଆଇସିଙ୍କୁ ଯୋଗାଯୋଗ କରିବାରେ ମନୋଜ ସାହୁ ହାଇକୋର୍ଟଙ୍କ ଅନ୍ତରୀଣ ଜାମିନରେ ଥିବାରୁ ତାଙ୍କୁ ଗିରଫ କରାଯାଇପାରିବ ନାହିଁ ବୋଲି କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri