Posted inଜାତୀୟ

ଭାଜପା କୃଷକଙ୍କ ପ୍ରତି ବିଶ୍ୱାସଘାତକତା କରିଛି, ଦଳ ସହିତ ମୋର ଖୋଲା ଲଢ଼େଇ, କହିଲେ ମେଘାଳୟ ରାଜ୍ୟପାଳ…

ଶିଲଂ, ୨୯।୯ : ମେଘାଳୟର ରାଜ୍ୟପାଳ ସତ୍ୟ ପାଲ ମଲିକ ଆସନ୍ତା ମାସରେ ଅବସର ନେବାକୁ ଯାଉଛନ୍ତି। କିନ୍ତୁ ଅବସର ନେବା ପରେ ସେ ଜୟନ୍ତ ଚୌଧୁରୀଙ୍କ ରାଷ୍ଟ୍ରୀୟ ଲୋକ ଦଳରେ ଯୋଗଦେବେ କି ନାହିଁ ସେନେଇ ଚର୍ଚ୍ଚା ଜୋର ଧରିଛି। ସତ୍ୟ ପାଲ ମଲିକ ୨୦୨୪ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ନାନା କଳ୍ପାଜଳ୍ପନା ପ୍ରକାଶ ପାଇଛି।

ଏକ ସାକ୍ଷାତ କାରରେ ସେ ସ୍ପଷ୍ଟ କରିଛନ୍ତି ଯେ ସେ ରାଷ୍ଟ୍ରୀୟ ଲୋକ ଦଳରେ ଯୋଗଦେବେ ନାହିଁ। ମଲିକ କହିଛନ୍ତି, ମୁଁ ରାଷ୍ଟ୍ରୀୟ ଲୋକ ଦଳରେ ଯୋଗ ଦେବାକୁ ଯାଉ ନାହିଁ। ମୁଁ ନିର୍ବାଚନ ରାଜନୀତି ମଧ୍ୟ କରିବି ନାହିଁ କିନ୍ତୁ ମୁଁ ଶାମଲିରେ କୃଷକ ସମାବେଶରେ ଯୋଗ ଦେବାକୁ ଯିବି। ସେଠାରେ ଜୟନ୍ତ ଚୌଧୁରୀ ମଧ୍ୟ ଏହି ରାଲିରେ ଯୋଗ ଦେଉଛନ୍ତି। ଏହା ଏକ ରାଜନୈତିକ ସମାବେଶ ନୁହେଁ। ତେଣୁ ଏନେଇ ଚର୍ଚ୍ଚା କରିବା ଠିକ ନୁହେଁ।

ରାଜ୍ୟପାଳ କହିଛନ୍ତି, ମୁଁ କୃଷକଙ୍କ ପାଇଁ ସ୍ବର ଉତ୍ତୋଳନ କରିବାକୁ ଯାଉଛି। ଭାଜପା କୃଷକମାନଙ୍କ ପ୍ରତି ବିଶ୍ୱାସଘାତକତା କରିଛି। ମୋର ଭାଜପା ସହ ଖୋଲା ଲଢ଼େଇ ଜାରି ରହିଛି। ମୁଁ ୨୦୨୪ ମସିହା ଲୋକସଭା ନିର୍ବାଚନରେ କୌଣସି ରାଜନୈତିକ ଦଳକୁ ସମର୍ଥନ କରିବି ନାହିଁ।

ମଲିକ କହିଛନ୍ତି ଯେ ଯଦି ସମର୍ଥନ କରିବାକୁ ପଡ଼େ ତେବେ ସେ କେଉଁ ଦଳକୁ ସମର୍ଥନ କରିବେ, ତାହା ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହାଁନ୍ତି। ସେ କହିଛନ୍ତି ମୁଁ ଅବସର ପରେ କଶ୍ମୀର ଉପରେ ଏକ ପୁସ୍ତକ ଲେଖିବି। ରାଜ୍ୟପାଳ ପଦବୀରେ ଥିବା ସମୟରେ ଅନେକ କଥା ମୁଁ କହି ପାରିବି ନାହିଁ ବୋଲି ସେ କହିଛନ୍ତି।

ଏହା ପୂର୍ବରୁ ମଧ୍ୟ ସତ୍ୟପାଲ ମଲିକ କେନ୍ଦ୍ର ସରକାର ଏବଂ ଭାଜପା ବିରୋଧରେ ମନ୍ତବ୍ୟ ଦେଇଥିଲେ। ସେ କହିଥିଲେ ଯେ ଯଦି ସେ କେନ୍ଦ୍ର ସରକାରଙ୍କ ବିରୋଧରେ କହିବା ବନ୍ଦ କରନ୍ତି ତେବେ ତାଙ୍କୁ ଉପରାଷ୍ଟ୍ରପତି କରାଯିବ ବୋଲି ସୂଚନା ଦିଆଯାଇଛି। ଏହାପୂର୍ବରୁ ସେ ଅଗ୍ନିପଥ ଯୋଜନାକୁ ପୁନର୍ବିଚାର କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ ଏବଂ କହିଥିଲେ ଯେ ଯଦି ତିନି ବର୍ଷ ମଧ୍ୟରେ ଯୁବକ ଅବସର ନେବେ, ତେବେ ସେମାନେ ବିବାହ ମଧ୍ୟ କରିବେ ନାହିଁ। ଏହାପୂର୍ବରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅହଂକାରୀ ବୋଲି ମଧ୍ୟ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri