ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି। ୨୦୧୯ରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍‌ ଓଡ଼ିଶା ଭାଜପା ପକ୍ଷରୁ ଅଣାଯାଇଥିଲା। ସେତେବେଳେ ସେମାନେ ବୁଝିଯାଇଥିଲେ, ଅତି ଦୟନୀୟ ଭାବେ ହାରିବାକୁ ଯାଉଛନ୍ତି ବୋଲି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି।
ବୁଧବାର ଗଣମାଧ୍ୟମକୁ ସେ କହିଛନ୍ତି, ୨୦୨୪ରେ ମଧ୍ୟ ସେମାନେ ଅତି ଶୋଚନୀୟ ଭାବେ ହାରିବାକୁ ଯାଉଥିବା ଜାଣିସାରିଲେଣି। ସେଥିପାଇଁ ସେମାନେ ବିନା କୌଣସି ତଥ୍ୟ ପ୍ରମାଣ ଆଧାରରେ ଏଭଳି ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣିଛନ୍ତି। କେନ୍ଦ୍ରୀୟ ସଂସ୍ଥାର ରିପୋର୍ଟ ଅନୁସାରେ, ଦେଶରେ ଓଡ଼ିଶା ଏକମାତ୍ର ରାଜ୍ୟ, ଯେଉଁଠି ଚାଷୀଙ୍କ ଆୟ ଦୁଇଗୁଣା ହୋଇଛି। ହେଲେ ଓଡ଼ିଶାକୁ କୃଷିକ୍ଷେତ୍ରରେ ସମାଲୋଚନା କରାଯାଉଛି। କେନ୍ଦ୍ରୀୟ ସଂସ୍ଥାର ରିପୋର୍ଟ ଅନୁସାରେ, ଦେଶରେ ସବୁଠାରୁ କମ୍‌ ବେକାରି ହାର ଓଡ଼ିଶାରେ। ହେଲେ ମିଛ ତଥ୍ୟ ଉପସ୍ଥାପନ କରାଯାଇ ଓଡ଼ିଶାର ଛବିକୁ ମଳିନ କରିବାକୁ ଚେଷ୍ଟା କରାଯାଉଛି। ମହିଳା ସୁରକ୍ଷା ନେଇ ସେମାନେ ଓଡ଼ିଶାକୁ ସମାଲୋଚନା କରୁଛନ୍ତି, ଯେତେବେଳେ ଭାଜପା ଶାସିତ ରାଜ୍ୟଗୁଡ଼ିକରେ ମହିଳାଙ୍କ ବିରୋଧରେ ଅପରାଧ ସଂଖ୍ୟା ଓଡ଼ିିଶା ତୁଳନାରେ ଢେର ଅଧିକ। ନିଜ ସଂକୀର୍ଣ୍ଣ ରାଜନୈତିକ ସ୍ବାର୍ଥ ପାଇଁ ରାଜ୍ୟର ଛବିକୁ ମଳିନ କରିବା ଓଡ଼ିଶା ଭାଜପାର ପୁରୁଣା ଅଭ୍ୟାସ। ବତ୍ତର୍ର୍ମାନର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀସ୍ଥିତ ଓଡ଼ିଶା ନିବାସର କେଳେଙ୍କାରୀ ବାବଦରେ ସମସ୍ତେ ଜାଣିଛନ୍ତି, ଯେଉଁଥିପାଇଁ ୨୦୦୮ରେ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରାଯାଇଥିଲା। ଏଭଳି ଜଣେ ବ୍ୟକ୍ତି ଯଦି ଓଡ଼ିଶା ଭାଜପାର ସଭାପତି ଭାବେ ଦାୟିତ୍ୱ ତୁଲାଇବେ, ତେବେ ଦଳ ଭିତରେ ମହିଳା କେତେ ସୁରକ୍ଷିତ, ଏଥିରୁ ବୁଝିବାକୁ ଆଉ ବାକି ନାହିଁ। ସମସ୍ତେ ଜାଣିଛନ୍ତି ଓଡ଼ିଶା ହାଇସ୍କୁଲଗୁଡ଼ିକର ଶ୍ରେଣୀ ଗୃହ, ଓଡ଼ିଶାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଶ୍ରେଣୀ ଗୃହଠାରୁ ଯଥେଷ୍ଟ ଉନ୍ନତ ମାନର। ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଅଛନ୍ତି, କିନ୍ତୁ ନିଜ ଗାଁରେ ଗୋଟିଏ ବି ସ୍ମାର୍ଟ କ୍ଲାସ୍‌ରୁମ୍‌ କରିପାରିନାହାନ୍ତି। ଅନ୍ୟପଟେ ଓଡ଼ିଶା ସରକାର ରାଜ୍ୟରେ ୭୦୦୦ ସ୍କୁଲର ରୂପାନ୍ତରଣ କରିଛନ୍ତି। କେନ୍ଦ୍ର ସରକାର ସ୍ବୀକାର କରିଛନ୍ତି ଯେ ଗତ ୨ ବର୍ଷ ଧରି ବିତ୍ତୀୟ ପରିଚାଳନାରେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟ। ତଥାପି ଏଭଳି ମିଛ ଦସ୍ତାବିଜ ଉପସ୍ଥାପନ କରାଯାଇ ରାଜ୍ୟର ଛବି ଖରାପ ହେଉଛି। ବିଦ୍ୟୁତୀକରଣ ସମ୍ପର୍କରେ ମଧ୍ୟ ମିଥ୍ୟା କୁହାଯାଇଛି। ଗୋଟିଏ ରାଜ୍ୟରୁ ଆଉ ଏକ ରାଜ୍ୟକୁ ବିଦ୍ୟୁତ୍‌ ଯୋଗାଣ କରାଯାଇପାରିବ ନାହିଁ। ଏହା କେବଳ କେନ୍ଦ୍ରର ନିଷ୍ପତ୍ତି ଦ୍ୱାରା ସମ୍ଭବ। ଏ କ୍ଷେତ୍ରରେ ମଧ୍ୟ ଓଡ଼ିଶାକୁ ମିଛରେ ଭାଜପା ଟାର୍ଗେଟ୍‌ କରୁଛି। ସମସ୍ତେ ଜାଣନ୍ତି ନିଜ ସଂକୀର୍ଣ୍ଣ ରାଜନୈତିକ ସ୍ବାର୍ଥ ହାସଲ ପାଇଁ ଧର୍ମେନ୍ଦ୍ର ମିଥ୍ୟା ଅଭିଯୋଗ କରିବା ଏବଂ ସମ୍ବେଦନଶୀଳ ପ୍ରସଙ୍ଗକୁ ରାଜନୀତୀକରଣ କରିବାରେ ଧୁରନ୍ଧର। ଏଭଳି ନେତାଙ୍କୁ ପ୍ରଶ୍ରୟ ଦେଉଥିବା ଦଳ ଅନ୍ୟକୁ ଉପଦେଶ ଦେବାର କୌଣସି ନୈତିକତା ନାହିଁ। ଏଭଳି ଭିତ୍ତିହୀନ ଏବଂ ମିଥ୍ୟା କହିବାକୁ ଅନେକ ବିରୋଧ କରିଥିବା କଥା ମୁଁ ଦଳରେ ଥିବା ସମୟରୁ ଜାଣିଥିଲି। ହେଲେ ସେତେବେଳେ ସେମାନେ ଚାପ ସୃଷ୍ଟି କରିବା ସହ କହୁଥିଲେ, ଆମେ ନିର୍ବାଚନ ହାରିବାକୁ ଯାଉଛୁ, ତେଣୁ ଏଭଳି କରିବାକୁ ହିଁ ପଡ଼ିବ। ପୁଣି ଥରେ ଏହାକୁ ଦୋହରାଇବା କିଛି ଆଶ୍ଚର୍ଯ୍ୟର କଥା ନୁହେଁ, କାରଣ ରାଜ୍ୟ ଭାଜପା ଭଲଭାବେ ଜାଣିଛି ୨୦୨୪ ନିର୍ବାଚନରେ ସେମାନେ ହାରିବାକୁ ଯାଉଛନ୍ତି ବୋଲି ଲେଖାଶ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?