ରୋଷେୟା ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡ଼ା ଅଫିସ,୨୫।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ସନ୍ଦେହଜନକ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ବ୍ରଜରାଜନଗର ଭାଜପା ପକ୍ଷରୁ ସୋମବାର ସ୍ଥାନୀୟ ରେଳଷ୍ଟେଶନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଭାଜପା କର୍ମକର୍ତ୍ତାମାନେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ।

ପରେ ଭାଜପା ନେତୃବୃନ୍ଦ ଏକ ଶୋଭାଯାତ୍ରାରେ ଯାଇ ବ୍ରଜରାଜନଗର ଥାନା ଆଇଆଇସିଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି ଯେ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତଙ୍କ ଗତ ୧୭ ତାରିଖରେ ଆକସ୍ମିକ ମୃତ୍ୟୁ ହୋଇଥିଲା । ଏହାକୁ ପୋଲିସ ଆତ୍ମହତ୍ୟା ବୋଲି କହୁଥିବା ବେଳେ କାହିଁକି ରାତାରାତି ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଗଲା। ଏ ସମ୍ପର୍କରେ ଗଣମାଧ୍ୟମ ଓ ସ୍ଥାନୀୟ ଲୋକେ କେମିତି ଜାଣିପାରିଲେ ନାହିଁ। ଏସବୁ ଦିଗକୁ ଦେଖିଲେ ଲଳିତଙ୍କ ମୃତ୍ୟୁକୁ ନେଇ ଲୋକଙ୍କ ମନରେ ସନ୍ଦେହ ବଢିବାରେ ଲାଗିଛି। ଏଥିରେ ମନ୍ତ୍ରୀଙ୍କ ସମ୍ପୃକ୍ତି ରହିଥିବାରୁ ଏହାକୁ ଚପାଇ ଦେବାକୁ ଜୋରଦାର ପ୍ରୟାସ କରାଯାଉଛି। ମନ୍ତ୍ରୀଙ୍କ ଚାପରେ ପୋଲିସ କାର୍ଯ୍ୟ କରୁଛି ବୋଲି ଅନୁମେୟ। ଏଥିପାଇଁ ମନ୍ତ୍ରୀଙ୍କୁ ତାଙ୍କ ପଦରୁ ବହିଷ୍କାର କରି ନିରପେକ୍ଷ ତଦନ୍ତ କରିବା ପାଇଁ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି। ବିକ୍ଷୋଭରେ ସୁଜିତ ସିଂହ, ତପନ ସ୍ବାଇଁ, ଅମରେନ୍ଦ୍ର ରାୟ, ଚୈତନ୍ୟ ସିଂହ, ଜିତେନ୍ଦ୍ର ସରକାର, ଜିତେନ୍ଦ୍ର ପଟ୍ଟନାୟକ, ନବୀନ ସିଂହ, ମନିଷ ପଟେଲ ପ୍ରମୁଖ ଦଳୀୟ କର୍ମକର୍ତ୍ତା ସାମିଲ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri