Posted inଜାତୀୟ

ଇଲେକ୍ଟୋରାଲ ବଣ୍ଡ୍‌ରୁ ଭାଜପା ପାଇଛି ୨୫୫୫ କୋଟି

ନୂଆଦିଲ୍ଲୀ, ୧୦ା୮: ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ ୨୦୧୯-୨୦ ବର୍ଷରେ ଭାଜପା ୨,୫୫୫ କୋଟି ଟଙ୍କା ସଂଗ୍ରହ କରିଛି, ଯାହା କି ମୋଟ ବଣ୍ଡ୍‌ର ୭୬ ପ୍ରତିଶତ। ନିର୍ବାଚନ କମିଶନର ତଥ୍ୟ ଆଧାରରେ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ୨୦୧୯-୨୦ ବର୍ଷରେ ୩,୩୫୫ କୋଟି ଟଙ୍କା ମୂଲ୍ୟର ବଣ୍ଡ୍‌ ବିକ୍ରି ହୋଇଥିଲା, ଯାହାର ସିଂହ ଭାଗ ଭାଜପାକୁ ଯାଇଛି। ଏହା ପୂର୍ବବର୍ଷ ଭାଜପାକୁ ଇଲେକ୍ଟୋରାଲ ବଣ୍ଡ୍‌ ଯୋଗେ ୧୪୫୦ କୋଟି ଟଙ୍କା ମିଳିଥିଲା। ତେବେ ବିରୋଧୀ କଂଗ୍ରେସ ପୂର୍ବବର୍ଷ ତୁଳନାରେ ୧୭ ପ୍ରତିଶତ କମ୍‌ ଅର୍ଥ ସଂଗ୍ରହ କରିଛି। ୨୦୧୮-୧୯ରେ କଂଗ୍ରେସ ୩୮୩ କୋଟି ଟଙ୍କା ପାଇଥିବାବେଳେ ୨୦୧୯ରେ ଦଳକୁ ୩୧୮ କୋଟି ମିଳିଛି, ଯାହା କି ମୋଟ ଇଲେକ୍ଟୋରାଲ ବଣ୍ଡ୍‌ର ମାତ୍ର ୯ ପ୍ରତିଶତ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ୧୦୦.୪୬ କୋଟି ଟଙ୍କା ମିଳିଥିବାବେଳେ, ଶରଦ ପାଓ୍ବାରଙ୍କ ଏନ୍‌ସିପିକୁ ୨୯.୨୫ କୋଟି, ଶିବ ସେନାକୁ ୪୧ କୋଟି, ଡିଏମ୍‌କେକୁ ୪୫ କୋଟି, ଲାଲୁ ପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ ୨.୫ କୋଟି ଏବଂ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଆଦମୀ ପାର୍ଟି ୧୮ କୋଟି ଟଙ୍କା ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri