ବ୍ରଜରାଜନଗର ଉପନିର୍ବାଚନ: ଭାଜପାର ପ୍ରଚାରକ ତାଲିକାରେ ୫ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୫।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ପୂର୍ବରୁ ପ୍ରଚାରକ ତାଲିକା ଜାରି କରିଥିବା ବେଳେ ରବିବାର ଭାଜପା ୪୦ ଜଣିଆ ପ୍ରଚାରକ ତାଲିକା ଜାରି କରିଛି। ଏଥିରେ ଭାଜପା ୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାମିଲ କରିଛି।
ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ପୀୟୂଷ ଗୋୟଲ, ପ୍ରହଲ୍ଲାଦ ଯୋଶୀଙ୍କ ସହ ଜୁଏଲ ଓରାମ ନିର୍ବାଚନୀ ପ୍ରଚାରର ମଙ୍ଗ ଧରିବେ। ସେହିପରି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ରାଜ୍ୟ ସଭାପତି ସମୀର ମହାନ୍ତି, ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜୟପାଳ ସିଂ ତୋମାର, ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, କନକବର୍ଦ୍ଧନ ସିଂଦେଓ, ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ସମ୍ବିତ ପାତ୍ର, ବ୍ରଜମୋହନ ଅଗ୍ରଓ୍ବାଲ, ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବିଧାୟକ ଜୟନାରାୟଣ ମିଶ୍ର, ବିଷ୍ଣୁଚରଣ ମିଶ୍ର, ସୁରମା ପାଢ଼ୀ, ମୋହନ ଚରଣ ମାଝି, ଏମ୍‌ଏ ଖାରବେଳ ସ୍ବାଇଁ, ରବିନାରାୟଣ ନାଏକ, ପ୍ରଦୀପ ପୁରୋହିତ, ନାଉରୀ ନାୟକ, ସୁବାସ ପାଣିଗ୍ରାହୀ, ଶଙ୍କର ଓରାମ, ଭବାନୀ ଶଙ୍କର ଭୋଇ, କୁସୁମ ଟେଟେ, ମୁକେଶ ମହାଲିଙ୍ଗ, ରଞ୍ଜନ ପଟେଲ, ମାନସ କୁମାର ମହାନ୍ତି, ପିଙ୍କି ପ୍ରଧାନ, ଶ୍ରୀତମ ଦାସ, ଅନୁ ଚୌଧୁରୀ ଏବଂ ହରିହର ମହାପାତ୍ରଙ୍କ ନାଁ ପ୍ରଚାର ତାଲିକାରେ ରହିଛି। ଅନ୍ୟପକ୍ଷେ ଭାଜପା ବ୍ରଜରାଜନଗର ଉପନିର୍ବାଚନ ପାଇଁ ନିଜ ରଣନୀତି ପ୍ରସ୍ତୁତ ଆରମ୍ଭ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri