ବ୍ରଜରାଜନଗର ଉପନିର୍ବାଚନ: ଭାଜପାର ପ୍ରଚାରକ ତାଲିକାରେ ୫ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୫।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ପୂର୍ବରୁ ପ୍ରଚାରକ ତାଲିକା ଜାରି କରିଥିବା ବେଳେ ରବିବାର ଭାଜପା ୪୦ ଜଣିଆ ପ୍ରଚାରକ ତାଲିକା ଜାରି କରିଛି। ଏଥିରେ ଭାଜପା ୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାମିଲ କରିଛି।
ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ପୀୟୂଷ ଗୋୟଲ, ପ୍ରହଲ୍ଲାଦ ଯୋଶୀଙ୍କ ସହ ଜୁଏଲ ଓରାମ ନିର୍ବାଚନୀ ପ୍ରଚାରର ମଙ୍ଗ ଧରିବେ। ସେହିପରି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ରାଜ୍ୟ ସଭାପତି ସମୀର ମହାନ୍ତି, ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜୟପାଳ ସିଂ ତୋମାର, ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, କନକବର୍ଦ୍ଧନ ସିଂଦେଓ, ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ସମ୍ବିତ ପାତ୍ର, ବ୍ରଜମୋହନ ଅଗ୍ରଓ୍ବାଲ, ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବିଧାୟକ ଜୟନାରାୟଣ ମିଶ୍ର, ବିଷ୍ଣୁଚରଣ ମିଶ୍ର, ସୁରମା ପାଢ଼ୀ, ମୋହନ ଚରଣ ମାଝି, ଏମ୍‌ଏ ଖାରବେଳ ସ୍ବାଇଁ, ରବିନାରାୟଣ ନାଏକ, ପ୍ରଦୀପ ପୁରୋହିତ, ନାଉରୀ ନାୟକ, ସୁବାସ ପାଣିଗ୍ରାହୀ, ଶଙ୍କର ଓରାମ, ଭବାନୀ ଶଙ୍କର ଭୋଇ, କୁସୁମ ଟେଟେ, ମୁକେଶ ମହାଲିଙ୍ଗ, ରଞ୍ଜନ ପଟେଲ, ମାନସ କୁମାର ମହାନ୍ତି, ପିଙ୍କି ପ୍ରଧାନ, ଶ୍ରୀତମ ଦାସ, ଅନୁ ଚୌଧୁରୀ ଏବଂ ହରିହର ମହାପାତ୍ରଙ୍କ ନାଁ ପ୍ରଚାର ତାଲିକାରେ ରହିଛି। ଅନ୍ୟପକ୍ଷେ ଭାଜପା ବ୍ରଜରାଜନଗର ଉପନିର୍ବାଚନ ପାଇଁ ନିଜ ରଣନୀତି ପ୍ରସ୍ତୁତ ଆରମ୍ଭ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri