Posted inଜାତୀୟ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ପାଖରେ ରହିଛି ଆବଶ୍ୟକ ଭୋଟ…

ନୂଆଦିଲ୍ଲୀ, ୩।୭ : ରାଷ୍ଟ୍ରପତି ନିର୍ବାଚନରେ ଭାରତୀୟ ଜନତା ପାର୍ଟି ସହଯୋଗୀ ତଥା ବନ୍ଧୁ ଦଳର ସମର୍ଥନ ଆବଶ୍ୟକ କରୁଛି। ତେବେ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଭାଜପା ପାଖରେ ପର୍ଯ୍ୟାପ୍ତ ଭୋଟ ରହିଛି। ଉପରାଷ୍ଟ୍ରପତି ନିର୍ବାଚନରେ ମନୋନୀତ ଏମ୍‌ପିଙ୍କ ସମେତ କେବଳ ଲୋକ ସଭା ଓ ରାଜ୍ୟ ସଭାର ସଦସ୍ୟମାନେ ଭୋଟ ଦେଇପାରିବେ।

ଏହି ନିର୍ବାଚନରେ ଲୋକସଭାର ୫୪୩ ଏବଂ ରାଜ୍ୟସଭାର ୨୩୨ ଜଣ ଏମ୍‌ପି ଭୋଟ ଦେବେ। ନିକଟରେ ଶେଷ ହୋଇଥିବା ରାଜ୍ୟ ସଭା ନିର୍ବାଚନରେ ଭାଜପା ତିନିଟି ଆସନ ହରାଇଛି। ରାଜ୍ୟ ସଭାରେ ଏହାର ଶକ୍ତି ଜୁଲାଇ ୧ରେ ୯୨ର ପହଞ୍ଚିଛି। ଲୋକ ସଭାରେ ଭାଜପା ଏବଂ ଏନଡିଏର ବହୁମତ ରହିଛି। ଉପ-ନିର୍ବାଚନରେ ଭାଜପା ଦୁଇଟି ଆସନ ଜିତିଛି। ଏହା ସହ ଲୋକ ସଭାରେ ଭାଜପା ଏମ୍‌ପିଙ୍କ ସଂଖ୍ୟା ୩୦୩କୁ ବୃଦ୍ଧି ପାଇଛି।

ଉପରାଷ୍ଟ୍ରପତି ନିର୍ବାଚନରେ ଭାଜପାର ମୋଟ ୩୯୫ ଏମ୍‌ପି ବା ଭୋଟ ଅଛି, ଯାହା ଜିତିବା ପାଇଁ ଆବଶ୍ୟକ ୩୮୮ ରୁ ସାତ ଅଧିକ ରହିଛି।

୨୦୨୨ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ବିଜ୍ଞପ୍ତି ଜାରି କରି ସାରିଛନ୍ତି। ଅଗଷ୍ଟ ୬ ରେ ମତଦାନ ଅନୁଷ୍ଠିତ ହେବ। ବର୍ତ୍ତମାନର ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ ରେ ଶେଷ ହେବ। ଆସନ୍ତା ମୌସୁମୀ ଅଧିବେଶନ ସୁଦ୍ଧା ଉପରାଷ୍ଟ୍ରପ୍ରତି ନିର୍ବାଚିତ ହେବା ସହିତ ରାଜ୍ୟ ସଭାରେ ଅଧ୍ୟକ୍ଷତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri