Posted inଜାତୀୟ

ନୂଆ ସହଯୋଗୀଙ୍କ ହାତ ଧରିଲା ଭାଜପା

ଗୁଆହାଟୀ, ୧୪।୧୨(ପି.ଟି.): ଆସାମ ବୋଡୋଲ୍ୟାଣ୍ଡ ଟେରିଟୋରିଆଲ୍‌ କାଉନ୍‌ସିଲ୍‌ (ବିଟିସି)କୁ ନିଜ ଅକ୍ତିଆରରେ ରଖିବା ଲାଗି ଭାଜପା ଏହାର ସହଯୋଗୀ ଦଳ ବିପିଏଫ୍‌କୁ ଛାଡ଼ି ଅନ୍ୟ ଏକ ଦଳର ହାତ ଧରିଛି। ବୋଡୋ ଅଧ୍ୟୁଷିତ ଅଞ୍ଚଳର ସ୍ବୟଂଶାସନ ସଂସ୍ଥା ବିଟିସିର ୪୦ ଆସନ ମଧ୍ୟରୁ ଆସାମର ସର୍ବାନନ୍ଦ ସୋନୋଓ୍ବାଲ ସରକାରରେ ସହଯୋଗୀ ଥିବା ବିପିଏଫ୍‌କୁ ୧୭ ଆସନ ମିଳିଛି। ଅନ୍ୟପକ୍ଷରେ ମେଣ୍ଟ ପାଇଁ ଉକ୍ତ ଦଳର ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ଭାଜପା ୟୁନାଇଟେଡ୍‌ ପିପୁଲ୍ସ ପାର୍ଟି ଲିବେରାଲ୍‌ (ୟୁପିପିଏଲ୍‌)କୁ ନୂଆ ସହଯୋଗୀ ଭାବେ ନେଇଛି। ଏହି ଦଳ ୧୨ ଆସନ ଜିତିଥିବାବେଳେ ଭାଜପାକୁ ୯ ଏବଂ କଂଗ୍ରେସ ଓ ଗଣସୁରକ୍ଷା ପାର୍ଟିକୁ ଗୋଟିଏ ଲେଖାଏ ଆସନ ମିଳିଛି। ବରିଷ୍ଠ ଭାଜପା ନେତା ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୟୁପିପିଏଲ୍‌କୁ ଅଭିନନ୍ଦନ ଜଣାଇବା ସହ ସହଯୋଗୀ ଦଳ ବୋଲି ଟୁଇଟ୍‌ କରିଛନ୍ତି। ୟୁପିପିଏଲ୍‌ ମୁଖ୍ୟ ପ୍ରମୋଦ ବୋରୋ ବିଟିସିର ନୂତନ ମୁଖ୍ୟ କାର୍ଯ୍ୟନିର୍ବାହୀ ସଦସ୍ୟ (ସିଇଏମ୍‌) ହେବେ ବୋଲି ମୁଖ୍ୟମନ୍ତ୍ରୀ ସୋନୋଓ୍ବାଲ ଘୋଷଣା କରିଛନ୍ତି।

କ୍ୟାବିନେଟ ବୈଠକରେ ଯୋଗଦେଲେନି ବିପିଏଫ୍‌ ମନ୍ତ୍ରୀ

ଭାଜପା ବୋଡୋଲ୍ୟାଣ୍ଡ ପିପୁଲ୍ସ ଫ୍ରଣ୍ଟ (ବିପିଏଫ୍‌) ହାତ ଛାଡ଼ି ନୂଆ ସହଯୋଗୀ ଭାବେ ୟୁପିପିଏଲ୍‌କୁ ବାଛିବାରୁ ଏଥିରେ କ୍ଷୁବ୍ଧ ୩ ବିପିଏଫ୍‌ ମନ୍ତ୍ରୀ ରବିବାର ଆସାମ କ୍ୟାବିନେଟ ବୈଠକରେ ଯୋଗଦେଇନାହାନ୍ତି। ସେମାନେ କୌଣସି ସୂଚନା ନ ଦେଇ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକରୁ ଅନୁପସ୍ଥିତ ରହିଥିଲେ। ଭାଜପା ନେତୃତ୍ୱାଧୀନ ଆସାମ ସରକାରରେ ବିପିଏଫ୍‌ରୁ ୩ ଜଣ ମନ୍ତ୍ରୀ ଅଛନ୍ତି। ସେମାନେ ହେଲେ ପ୍ରମିଳାରାଣୀ ବ୍ରହ୍ମା, ଚନ୍ଦନ ବ୍ରହ୍ମା ଓ ରାହୋନ ଡାଇମାରି। ସେମାନେ କ’ଣ ପାଇଁ ବୈଠକରେ ଯୋଗଦେଲେନି ତାହା ଜଣାନାହିଁ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଚନ୍ଦ୍ରମୋହନ ପଟୋଓ୍ବାରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri