Posted inଜାତୀୟ

ୟେଦୁରପ୍ପାଙ୍କ ଉପରେ ଭାଜପା ହାଇକମାଣ୍ଡ ଅସନ୍ତୁଷ୍ଟ !

ବେଙ୍ଗାଲୁରୁ, ୨୦।୧୦: କର୍ନାଟକରେ ଭାଜପାରେ ବିଦ୍ରୋହ ଦେଖା ଦେଇଛି। ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପ୍ପାଙ୍କ ଉପରେ ଭାଜପା ହାଇକମାଣ୍ଡ ଅସନ୍ତୁଷ୍ଟ ରହିଛନ୍ତି। ଏନେଇ ବିଜାପୁର ବିଧାୟକ ବସନଗୌଡ଼ା ପାଟିଲ ଅତନାଲ୍‌ କହିଛନ୍ତି। ଦଳରେ ମୁଖ୍ୟମନ୍ତ୍ରୀଙ୍କୁ ପରିବର୍ତ୍ତନ ପାଇଁ ବିଧାୟକମାନେ ଚାହୁଁଥିବା ସେ ପ୍ରକାଶ କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ପଦବୀ ଉତ୍ତର କର୍ନାଟକର କୌଣସି ନେତାଙ୍କୁ ମିଳିବା ଆବଶ୍ୟକ ବୋଲି ସେ ମତପୋଷଣ କରିଛନ୍ତି। ଉତ୍ତର କର୍ନାଟକର ୧୦୦ ବିଧାୟକଙ୍କର ସମର୍ଥନ ୟେଦୁରପ୍ପା ସରକାରଙ୍କ ପ୍ରତି ରହିଛି। ନୂଆ ମୁଖ୍ୟମନ୍ତ୍ରୀ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୂଚନା ଦେଇଥିବା ବସନଗୌଡ଼ା କହିଛନ୍ତି। ୟେୁଦୁରପ୍ପା ଦକ୍ଷିଣ କର୍ନାଟକର ନେତା। ସରକାରରେ ଦକ୍ଷିଣ କର୍ନାଟକର ୧୫ ଜଣ ବିଧାୟକ ରହିଛନ୍ତି। ରାଜ୍ୟ ଯେଉଁ ଅଞ୍ଚଳର ଅଧିକ ବିଧାୟକ ସରକାରରେ ରହିଛନ୍ତି ନିୟମ ଅନୁସାରେ ସେହି ଅଞ୍ଚଳର ନେତାଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri