ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ. ଉତ୍ତମ କୁମାର ପାଣିଗ୍ରାହୀ ଓ ମଣ୍ଡଳ ମହିଳା ସଭାନେତ୍ରୀ କେ. ହେମଲତା ଦୋରାଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଭାଜପା ଘୁମୁସର ଜିଲା କମିଟି ସଭାପତି ବିଜୟ କୁମାର ସ୍ୱାଇଁ ଯୋଗଦେଇଥିଲେ।

ପଳାସପୁର ଗ୍ରାମ ଛକଠାରୁ ପଦଯାତ୍ରା ପାଟପୁର ଗାନ୍ଧୀ ଛକରେ ପହଞ୍ଚିବା ପରେ ସେଠାରେ କଂଗ୍ରେସ ଓ ବିଜେଡି  ନେତାଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। ବିଜେଡି ଏବଂ କଂଗ୍ରେସ ମହିଳା ସଂରକ୍ଷଣ ବିଲକୁ ବିରୋଧ କରୁଥିବା ଭାଜପାର ଉପସ୍ଥିତ ଦଳୀୟ କାର୍ଯ୍ୟକର୍ତ୍ତା ବୃନ୍ଦ  ଅଭିଯୋଗ କରିଥିଲେ । ପଥପ୍ରାନ୍ତ ସଭାରେ ମହିଳାମାନଙ୍କ ସୁରକ୍ଷା, ସମ୍ମାନ ଓ ଅଧିକାରକୁ ସୁନିଶ୍ଚିତ କରିବା ପାଇଁ ସମସ୍ତଙ୍କୁ ସଚେତନ ହେବା ନେଇ ନେତୃବୃନ୍ଦ  ଆହ୍ୱାନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ମହିଳା ନେତ୍ରୀ ମୀରାବାଈ ଦେଓ, ଗୋପାଳ ମଲ୍ଲିକ, ସୁକାନ୍ତ କୁମାର ଖୁଣ୍ଟିଆ, ପ୍ରଶାନ୍ତ ସ୍ୱାଇଁ, ବିଜୟ ପଣ୍ଡା, ପୂର୍ବତନ ସମିତି ସଭ୍ୟ ରଶ୍ମିତା ସ୍ବାଇଁ, ସୁଲତା ରାଣୀ ପଣ୍ଡା, ଭାଗ୍ୟବାନ ଗୌଡ଼, ମନୋରଞ୍ଜନ ସାହୁ, ମୁନା ପରିଡା, ପ୍ରମୋଦ ବିଶୋଇ  ପ୍ରମୁଖ ଉପସ୍ଥିତ ଥିଲେ। ବହୁ ସଂଖ୍ୟକ ମହିଳା, ଦଳୀୟ କର୍ମୀ ଓ ସମର୍ଥକ ବୃନ୍ଦ ହାତରେ ପ୍ଲାକାର୍ଡ ଧରି ପଦଯାତ୍ରାରେ ସାମିଲ ହୋଇଥିଲେ । ଆଇନଶୃଙ୍ଖଳା ପାଇଁ ପାଟପୁର ପୋଲିସ ପକ୍ଷରୁ ଫୋର୍ସ ମୁତୟନ କରାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri