Posted inଜାତୀୟ

ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଖସଡା ହେବ ପ୍ରସ୍ତୁତ

ନୂଆଦିଲ୍ଲୀ,୬।୯: ଲୋକ ସଭା ନିର୍ବାଚନକୁ ନେଇ ବିଭିନ୍ନ ରାଜନୈତିକ ଦଳ ଏବେଠାରୁ ଅଣ୍ଟା ଭିଡ଼ିଲେଣି। ଏହି ରେସ୍‌ରେ ଭାଜପା ମଧ୍ୟ ପଛରେ ନାହିଁ। ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଭାଜପା ନିଜର ସମସ୍ତ ପ୍ରସ୍ତୁତି ଆରମ୍ଭ କରିସାରିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦିଲ୍ଲୀରେ ଭାଜପା ମୂଖ୍ୟାଳୟରେ ଏକ ବଡ ବୈଠକ ଅନୁଷ୍ଠିତ ହୋଇଛି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବହୁ ନେତା ମନ୍ତ୍ରୀ ଯୋଗଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ବୈଠକରେ ସେହି ୧୪୪ଲୋକ ସଭା ଆସନ ଜିତିବା ପାଇଁ ରଣନୀତି ପ୍ରସ୍ତୁତ କରାଯିବ। ଯେଉଁଥିରେ ଗତ ନିର୍ବାଚନରେ ଭାଜପା ସାମାନ୍ୟ ବ୍ୟବଧାନରେ ବଞ୍ଚିତ ହୋଇଥିଲା। ଏଥିରେ ସେହି ନିର୍ବାଚନମଣ୍ଡଳୀ ସାମିଲ ରହିଛି, ଯେଉଁଠାରେ ୨୦୧୯ ଲୋକ ସଭା ନିର୍ବାଚନରେ ଭାଜପା ଦ୍ୱିତୀୟ ବା ତୃତୀୟ ସ୍ଥାନ ହାସଲ କରିଛି କିମ୍ବା ଏଠାରେ କେବେ ବିଜୟ ଲାଭ କରିନାହିଁ। ତେବେ ଏହି ଆସନଗୁଡିକୁ ଗୋଷ୍ଠୀରେ ବିଭକ୍ତ କରାଯାଇ ପ୍ରତ୍ୟେକ ଗୋଷ୍ଠୀକୁ କେନ୍ଦ୍ରମନ୍ତ୍ରୀ ପରିଚାଳନା କରିଥିଲେ। ମନ୍ତ୍ରୀମାନେ ଏହି ନିର୍ବାଚନମଣ୍ଡଳୀରେ ଭାଜପାର ସ୍ଥିତିକୁ ବିଶ୍ଳେଷଣ କରିବା ସହ ୨୦୨୪ ନିର୍ବାଚନରେ ଦଳର ବିଜୟ ନିଶ୍ଚିତ କରିବାକୁ ଆବଶ୍ୟକ ପଦକ୍ଷେପଗୁଡିକୁ ଚିହ୍ନଟ କରିଛନ୍ତି। ତେବେ ଏହି ବୈଠକରେ ମନ୍ତ୍ରୀମାନେ ଏହି ନିର୍ବାଚନମଣ୍ଡଳୀଗୁଡ଼ିକ ଉପରେ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରିବେ ବୋଲି ସୂତ୍ରରୁ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri