Posted inଜାତୀୟ

ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଖସଡା ହେବ ପ୍ରସ୍ତୁତ

ନୂଆଦିଲ୍ଲୀ,୬।୯: ଲୋକ ସଭା ନିର୍ବାଚନକୁ ନେଇ ବିଭିନ୍ନ ରାଜନୈତିକ ଦଳ ଏବେଠାରୁ ଅଣ୍ଟା ଭିଡ଼ିଲେଣି। ଏହି ରେସ୍‌ରେ ଭାଜପା ମଧ୍ୟ ପଛରେ ନାହିଁ। ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଭାଜପା ନିଜର ସମସ୍ତ ପ୍ରସ୍ତୁତି ଆରମ୍ଭ କରିସାରିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦିଲ୍ଲୀରେ ଭାଜପା ମୂଖ୍ୟାଳୟରେ ଏକ ବଡ ବୈଠକ ଅନୁଷ୍ଠିତ ହୋଇଛି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବହୁ ନେତା ମନ୍ତ୍ରୀ ଯୋଗଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ବୈଠକରେ ସେହି ୧୪୪ଲୋକ ସଭା ଆସନ ଜିତିବା ପାଇଁ ରଣନୀତି ପ୍ରସ୍ତୁତ କରାଯିବ। ଯେଉଁଥିରେ ଗତ ନିର୍ବାଚନରେ ଭାଜପା ସାମାନ୍ୟ ବ୍ୟବଧାନରେ ବଞ୍ଚିତ ହୋଇଥିଲା। ଏଥିରେ ସେହି ନିର୍ବାଚନମଣ୍ଡଳୀ ସାମିଲ ରହିଛି, ଯେଉଁଠାରେ ୨୦୧୯ ଲୋକ ସଭା ନିର୍ବାଚନରେ ଭାଜପା ଦ୍ୱିତୀୟ ବା ତୃତୀୟ ସ୍ଥାନ ହାସଲ କରିଛି କିମ୍ବା ଏଠାରେ କେବେ ବିଜୟ ଲାଭ କରିନାହିଁ। ତେବେ ଏହି ଆସନଗୁଡିକୁ ଗୋଷ୍ଠୀରେ ବିଭକ୍ତ କରାଯାଇ ପ୍ରତ୍ୟେକ ଗୋଷ୍ଠୀକୁ କେନ୍ଦ୍ରମନ୍ତ୍ରୀ ପରିଚାଳନା କରିଥିଲେ। ମନ୍ତ୍ରୀମାନେ ଏହି ନିର୍ବାଚନମଣ୍ଡଳୀରେ ଭାଜପାର ସ୍ଥିତିକୁ ବିଶ୍ଳେଷଣ କରିବା ସହ ୨୦୨୪ ନିର୍ବାଚନରେ ଦଳର ବିଜୟ ନିଶ୍ଚିତ କରିବାକୁ ଆବଶ୍ୟକ ପଦକ୍ଷେପଗୁଡିକୁ ଚିହ୍ନଟ କରିଛନ୍ତି। ତେବେ ଏହି ବୈଠକରେ ମନ୍ତ୍ରୀମାନେ ଏହି ନିର୍ବାଚନମଣ୍ଡଳୀଗୁଡ଼ିକ ଉପରେ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରିବେ ବୋଲି ସୂତ୍ରରୁ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରେ ଦେଖାଯାଉଥିବା ତାରା ଜିଅନ୍ତା ଅଟନ୍ତି? ସତ ଜାଣିଲେ ଚମକି ପଡିବେ…

ଆକାଶରେ ଚମକୁଥିବା ପ୍ରତ୍ୟେକ ତାରା ପଛରେ ଆଶ୍ଚର୍ଯ୍ୟଜନକ ରହସ୍ୟ ଲୁଚି ରହିଛି। ରାତିରେ ଆପଣ ଯେଉଁ ତାରାସବୁ ଦେଖନ୍ତି, ତାହା ହୁଏତ ସେଗୁଡ଼ିକର ବର୍ତ୍ତମାନ ନୁହେଁ ବରଂ…

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ଜିଲାପାଳଙ୍କ ବଡ଼ ସୂଚନା: ଗଞ୍ଜାମ ଲକ୍ଷ୍ୟ ନିକେତନ ଭଳି ପ୍ରଶିକ୍ଷଣ ଏବେ ପଞ୍ଚାୟତସ୍ତରରେ, ଛାତ୍ରୀଛାତ୍ରଙ୍କୁ…

ଛତ୍ରପୁର, ୨୯।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ) : ଭାରତବର୍ଷରେ ପ୍ରଶାସନିକ ସେବା ଗୌରବମୟ ଏବଂ ଉଚ୍ଚକୋଟୀ ଚାକିରି ଭାବେ ପରିଚିତ ଅଟେ। ଏହାକୁ ପାଇବାକୁ ହେଲେ ଆଶାୟୀ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଏତେ ଟଙ୍କା ବକେୟା ପଡିଛି ବିଦ୍ୟୁତ୍‌ ବିଲ: ବନ୍ଦ ହେଲା ପାଣି ପମ୍ପ, ସମସ୍ୟାର ସମାଧାନ ନ ହେଲେ…

ମୋହନା, ୨୯।୭( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ପାନୀୟ ଜଳ ସଙ୍କଟ ଆଶଙ୍କା। ବକେୟା ବିଦ୍ୟୁତ୍‌ ବିଲ ପୈଠ ନହେବାରୁ ପଞ୍ଚାୟତର ପାନୀୟ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri