Posted inଜାତୀୟ

ହରିୟାଣାରେ ଭାଜପା, କଶ୍ମୀରରେ ଏନସି ଗଢିବ ସରକାର!

ନୂଆଦିଲ୍ଲୀ,୮।୧୦: ମଙ୍ଗଳବାର ସକାଳୁ ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଭୋଟ ଗଣତି ଚାଲିଛି। ଭୋଟ ଗଣନା ସକାଳ ୮ଟାରୁ ଆରମ୍ଭ ହୋଇଛି। ଏଥିପାଇଁ ହରିୟାଣା, ଜମ୍ମୁ କଶ୍ମୀରରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗଣନା କେନ୍ଦ୍ର ବାହାରେ ବହୁ ସଂଖ୍ୟକ ସୁରକ୍ଷା ବାହିନୀ ମୁତୟନ କରାଯାଇଛି। ସୂଚନାଯୋଗ୍ୟ, ଏକ ଦଶନ୍ଧି ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ତେଣୁ ଏହି ନିର୍ବାଚନ କେନ୍ଦ୍ର ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। କାରଣ ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟାଯିବା ଏବଂ ଏହାର ରାଜ୍ୟ ମାନ୍ୟତା ରଦ୍ଦ ହେବା ପରେ ପ୍ରଥମ ଥର ପାଇଁ ଏଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହିପରି ଜମ୍ମୁ କଶ୍ମୀରର କେନ୍ଦ୍ରଶାସିତ ଅଞ୍ଚଳ ଏକ ନୂତନ ମୁଖ୍ୟମନ୍ତ୍ରୀ ପାଇବ। କିଏ ଏହି ନୂତନ ୟୁନିଅନ ଟେରିଟୋରିର ପ୍ରଥମ ମୁଖ୍ୟମନ୍ତ୍ରୀ ହେବେ ତାକୁ ନେଇ ଉତ୍ସାହ ଲାଗି ରହିଛି।
ସେହିପରି ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ପ୍ରାର୍ଥୀ ଭୁପିନ୍ଦର ସିଂ ହୁଡା କହିଛନ୍ତି ଯେ କଂଗ୍ରେସ ଦଳ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି ଏଥିରେ ଆମର ସନ୍ଦେହ ନାହିଁ। ଆମେ ଆପଣଙ୍କୁ କହିବୁ ଯେ ପ୍ରାରମ୍ଭିକ ଧାରାରେ କଂଗ୍ରେସ ସଂଖ୍ୟାଗରିଷ୍ଠତା ହାସଲ କରୁଥିବା ପରି ମନେ ହେଉଥିଲା, ମାତ୍ର ଏକ ଘଣ୍ଟା ମଧ୍ୟରେ ଚିତ୍ର ବଦଳିଗଲା ଏବଂ ଭାଜପା କଂଗ୍ରେସକୁ ବହୁ ପଛରେ ଛାଡିଦେଲା। ସେବେଠାରୁ ବହୁ ସଂଖ୍ୟାରେ ଭାଜପା ଆଗୁଆ ରହିଛି।
ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ସକାଳେ କଂଗ୍ରେସ ଟ୍ରେଣ୍ଡରେ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରୁଥିବା ପରି ମନେ ହେଉଥିଲାବେଳେ ବର୍ତ୍ତମାନ ଭାଜପା ଆଗକୁ ଯାଇ କଂଗ୍ରେସ ବହୁ ପଛରେ ପଡିଛି। ଏହା ଉପରେ କଂଗ୍ରେସ ନେତା କୁମାରୀ ଶୈଳଜା କହିଛନ୍ତି ଯେ ଏହି ପ୍ରାରମ୍ଭିକ ଧାରାରେ ଆମେ ଆମର ବିଜୟ ଉପରେ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସୀ।
ପ୍ରଥମେ ଦୁଇଟି ଯାକ ସ୍ଥାନରେ କଂଗ୍ରେସ ଆଗେଇବ ବୋଲି ଅନୁମାନ କରାଯାଉଥିବା ବେଳେ ଘଣ୍ଟାଏ ପରେ ଏହାର ଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି। ଏବେ ଆଶା ଅଶଙ୍କାରେ କଂଗ୍ରେସ ଦଳ ଥିବା ବେଳେ ଭାଜପା ବି ଖୁସି ହେବାରେ ଟିକେ ପଛେଇ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri