Posted inଜାତୀୟ

କମୁଛି ନୀତୀଶଙ୍କ ଲୋକପ୍ରିୟତା ଅଡୁଆରେ ଭାଜପା!

ପାଟନା,୧୮ ।୯: କିଛି ବଡ ବଡ ରାଜ୍ୟରେ ନିର୍ବାଚନରେ ହାରିବା ପରେ ଏବେ ବିହାରରେ ଆଉ ବିପଦକୁ ବରଣ କରିବାକୁ ଚାହୁଁ ନାହିଁ ଭାରତୀୟ ଜନତା ପାର୍ଟି(ଭାଜପା) । ସେଥିପାଇଁ ଦଳ ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଏକ ଅଭ୍ୟନ୍ତରୀଣ ସର୍ଭେ କରିଥିବା ସୂଚନା ମିଳିଛି । ଏହି ସର୍ଭେ ଦଳର ମହାସଚିବ, ଏମ୍‌ଏଲ୍‌ସି ଓ ପ୍ରଦେଶ ଉପାଧ୍ୟକ୍ଷଙ୍କୁ ନେଇ ଗଠିତ ଏକ ୯୦ ଜଣିଆ ଟିମ୍ କରିଥିବା କୁହାଯାଉଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, ଏହା ୨୫ରୁ ୨୮ ଅଗଷ୍ଟ ମଧ୍ୟରେ କରାଯାଇଛି । ପାର୍ଟି ମଣ୍ଡଳ ସ୍ତର ପର୍ଯ୍ୟନ୍ତ ଯାଇ ଏହି ସର୍ଭେ କରିଥିବା ବେଳେ ଏବେ ଯାହା ଫଳାଫଳ ଆସିଛି ତାହା ସମସ୍ତଙ୍କୁ ଚମକାଇ ଦେଇଛି । ବିହାରରେ ଦୀର୍ଘ ୧୫ ବର୍ଷ ହେବ ଶାସନ କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବିରୋଧରେ ଏଥର Anti-incumbency factor ବହୁତ ଅଧିକ ଦେଖିବାକୁ ମିଳିଛି । ଏଥର ନୀତୀଶଙ୍କ ଉପରେ ଲୋକେ ଅନ୍ତୁଷ୍ଟ ଥିବା ସ୍ପଷ୍ଟ ବାରି ହୋଇପଡିଛି । ଏହାସହ ଗତ ୫ ବର୍ଷ ମଧ୍ୟରେ ନୀତୀଶ ଯେଉଁସବୁ କାମ କରିଛନ୍ତି ସେଥିରେ ଜନତା ଖୁସି ନାହାନ୍ତି । ଏବେ ଏହି ରିପୋର୍ଟ ବିହାର ଭାଜପା ପ୍ରଭାରି ଭୁପେନ୍ଦ୍ର ଯାଦବ ଓ ଉପ ମୁଖ୍ୟମନ୍ତ୍ରୀ ସୁଶିଲ ମୋଦିଙ୍କୁ ଦେଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri