Posted inଜାତୀୟ

‘ଚାନ୍ଦା ପାଇଁ ତଦନ୍ତକାରୀ ସଂସ୍ଥାର ଦୁରୁପଯୋଗ କରୁଛି ଭାଜପା’

ନୂଆଦିଲ୍ଲୀ,୨୪।୨(ପି.ଟି.): ଘରୋଇ କମ୍ପାନୀଗୁଡ଼ିକରୁ ଭାଜପା ପାଇଁ ଜୋର୍‌ଜବରଦସ୍ତ ଚାନ୍ଦା ଆଦାୟ ନିମନ୍ତେ ତଦନ୍ତକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର କରାଯାଉଥିବା କଂଗ୍ରେସ ଶୁକ୍ରବାର ଅଭିଯୋଗ କରିଛି। ସରକାରଙ୍କ ଏହି ଜବରଦସ୍ତ ଚାନ୍ଦା ଅସୁଲିର ତଦନ୍ତ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ କରାଯିବାକୁ କଂଗ୍ରେସ ଦାବି କରିଛି। ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ୨୦୧୮-୧୯ରୁ ୨୦୨୨-୨୩ ଆର୍ଥତ୍କ ବର୍ଷ ମଧ୍ୟରେ ଅନୂ୍ୟନ ୩୦ଟି କମ୍ପାନୀ ଭାଜପାକୁ ପାଖାପାଖି ୩୩୫ କୋଟି ଟଙ୍କା ଚାନ୍ଦା ଦେଇଛନ୍ତି, ଯେଉଁମାନେ କି ଉକ୍ତ ସମୟ ମଧ୍ୟରେ କେନ୍ଦ୍ରୀୟ ଏଜେନ୍ସି ତଦନ୍ତର ସମ୍ମୁଖୀନ ହୋଇଥିଲେ। ଭାଜପାକୁ ମିଳିଥିବା ଚାନ୍ଦାର ତଦନ୍ତ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ କରାଯିବାକୁ ସରକାର ଚାହୁଁନାହାନ୍ତି କାହିଁକି ବୋଲି କଂଗ୍ରେସ ସଂଗଠନ ଦାୟିତ୍ୱରେ ଥିବା ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ପ୍ରଶ୍ନ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ‘ଚାନ୍ଦା ଦିଅ, ଜାମିନ ଓ ବ୍ୟବସାୟ’ ଯୋଜନା ସମ୍ପର୍କରେ ଆପଣମାନେ ଜାଣନ୍ତି କି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସ’ରେ ପୋଷ୍ଟ କରିଥିଲେ। ପ୍ରଧାନମନ୍ତ୍ରୀ ଇଡି, ଆଇଟି ଏବଂ ସିବିଆଇର ଦୁରୁପଯୋଗ କରି ‘ଅସୁଲି ଭାଇ’ ଭଳି ବ୍ୟବସାୟ ଚଳାଇଥିବା ରାହୁଲ ଅଭିଯୋଗ କରିଥିଲେ। ଚାନ୍ଦା ବ୍ୟବସାୟ ଏଭଳି ଲଜ୍ଜାହୀନ ଭାବେ ଚାଲିଛି ଯେ, ମଧ୍ୟପ୍ରଦେଶର ଜଣେ ମଦ କାରଖାନା ମାଲିକ ଜାମିନ ପାଇବା ପରେ ଭାଜପାକୁ ଚାନ୍ଦା ଦେଇଥିଲେ। ଅସାଧୁ ଉପାୟରେ ଜଣେ ବନ୍ଧୁଙ୍କ କମ୍ପାନୀକୁ ଲାଭବାନ କରାଯାଉଥିବାବେଳେ ଅନ୍ୟମାନଙ୍କ ପାଇଁ ଭିନ୍ନ ନିୟମ ଲାଗୁ ହେଉଛି। ମୋଦି ସରକାର ଅମଳରେ ଭାଜପାକୁ ଦିଆଯାଇଥିବା ବେଆଇନ ଚାନ୍ଦା ଏବଂ ଇଲେକ୍ଟୋରାଲ ବଣ୍ଡ୍‌ ‘ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ୍‌’ ବୋଲି ରାହୁଲ ତାଙ୍କ ପୋଷ୍ଟରେ ଲେଖିଛନ୍ତି। ଭାଜପାକୁ କେଉଁ ସୂତ୍ରରୁ ଚାନ୍ଦା ଆସିଛି ଏବଂ ତଦନ୍ତକାରୀ ସଂସ୍ଥାର ଦୁରୁପଯୋଗ ଯୋଗୁ କିପରି କର୍ପୋରେଟ୍‌ ସଂସ୍ଥାଗୁଡ଼ିକ ଚାନ୍ଦା ଦେବାକୁ ବାଧ୍ୟ ହୋଇଛନ୍ତି, ତାହା ଶ୍ୱେତପତ୍ର ଜରିଆରେ ସରକାର ଜଣାଇବେ କି ବୋଲି ଜୟରାମ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri