Posted inଜାତୀୟ

ନିର୍ବାଚନକୁ ଡରୁଛି ଭାଜପା, କଂଗ୍ରେସର ହେବ ବିପୁଳ ବିଜୟ

ନୂଆଦିଲ୍ଲୀ,୨୫।୮: ହରିୟାଣା କୈଥଲରେ ଅଗ୍ରୱାଲ ଯୁବ ସଭାର ବହୁ ସଦସ୍ୟ ରବିବାର କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ଏମପି ରଣଦୀପ ସୁରଜୱାଲାଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗ ଦେଇଛନ୍ତି।
ଏହି ସମୟରେ ହରିୟାଣାରେ ମତଦାନ ତାରିଖ ବଢାଇବାକୁ ଭାଜପାର ଦାବି ଉପରେ ରଣଦୀପ ସୁରଜେୱାଲା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ ଆୟୋଗ କେବଳ ଛୁଟିଦିନ ପାଳନ କରିବା ପରେ ନିର୍ବାଚନ କରନ୍ତି, ଯାହାଫଳରେ ସର୍ବାଧିକ ଭୋଟ ହୋଇପାରିବ। କିନ୍ତୁ ଭୋଟ ଦେବାର ତାରିଖ ବଢାଇବାକୁ ଭାଜପାର ଦାବିକୁ ଦେଖିଲେ ଲାଗୁଛି ଭାଜପା ନିର୍ବାଚନକୁ ନେଇ ଭୟଭୀତ ହୋଇଯାଇଛି। ତେବେ ହରିୟାଣା ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳ ଏକ ବଡ଼ ବିଜୟ ହାସଲ କରିବ ବୋଲି ସୁରଜଓ୍ବୋଲା ଦାବି କରିଛନ୍ତି।

କୈଥଲରୁ କଂଗ୍ରେସ ପ୍ରାର୍ଥୀ ବିଷୟରେ ପଚରାଯିବାରୁ ସୁରଜେୱାଲା କହିଛନ୍ତି ଯେ କଂଗ୍ରେସର ଶୀର୍ଷ ନେତୃତ୍ୱ ଯାହାକୁ ସୁଯୋଗ ଦେବ କେବଳ ସେ ହିଁ ନିର୍ବାଚନ ଲଢିବେ। ପାର୍ଟି ଆମ ସମସ୍ତଙ୍କର ମା’। ହାଇ କମାଣ୍ଡର ନିଷ୍ପତ୍ତି ଆମ ସମସ୍ତଙ୍କ ପାଇଁ ଗ୍ରହଣୀୟ ହେବ।
ଜମ୍ମୁ-କଶ୍ମୀରରେ କଂଗ୍ରେସ ଏବଂ ଏନସି ମିଳିତ ମଞ୍ଚ ଉପରେ ସୁରଜେୱାଲା କହିଛନ୍ତି ଯେ ଭାଜପା ମଧ୍ୟ ପିଡିପି ସହ ଏକ ମେଣ୍ଟ ଗଠନ କରିଛି। ପ୍ରଶ୍ନ ସରକାରୀ ଗଠନ ବିଷୟରେ ନୁହେଁ, ଜମ୍ମୁ-କଶ୍ମୀରରେ ଗଣତନ୍ତ୍ରର ପୁନରୁଦ୍ଧାର ବିଷୟରେ। ପ୍ରଧାନମନ୍ତ୍ରୀ ମୋଦି ଜମ୍ମୁ-କଶ୍ମୀର ଏବଂ ଲଦ୍ଦାଖକୁ ଭଲ ଭାବରେ ବୁଝିପାରି ନାହାଁନ୍ତି। ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ପ୍ରତିଦିନ ମୁଣ୍ଡ ଟେକୁଛି। ଜମ୍ମୁ-କଶ୍ମୀରକୁ ନେଇ ସରକାରଙ୍କ ନୀତି କ’ଣ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ମୋଦି ସରକାର ଜମ୍ମୁ-କଶ୍ମୀରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ଭଙ୍ଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri