Posted inଜାତୀୟ

୧୫୦ରୁ ଊର୍ଦ୍ଧ୍ୱ ଆସନ ଲକ୍ଷ୍ୟରେ ଭାଜପା

ଅହମଦାବାଦ,୯।୫: ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଏଥିପାଇଁ ଭାଜପା ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ହୋଇଛି। ରାଜ୍ୟ ଭାଜପା ସଭାପତି ସି.ଆର୍‌. ପାଟିଲ ଏବଂ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ନିର୍ବାଚନ ଦାୟିତ୍ୱ ଦିଆଯାଇଛି। ୧୮୨ ଆସନ ବିଶିଷ୍ଟ ଗୁଜରାଟ ବିଧାନସଭାରେ ୧୫୦ରୁ ଊର୍ଦ୍ଧ୍ୱ ଆସନ ହାତେଇବା ଲାଗି ଦଳ ଲକ୍ଷ୍ୟ ରଖିଛି।
ଦଳର ଜାତୀୟ ସ୍ତରର ବରିଷ୍ଠ ନେତାମାନେ ଗତ ୬ ମାସ ହେଲା ରାଜ୍ୟକୁ ବାରମ୍ବାର ଗସ୍ତରେ ଆସି ତୃଣମୂଳ ସ୍ତରରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଭାଜପା ସାଧାରଣ ସମ୍ପାଦକ ବି.ଏଲ୍‌. ସନ୍ତୋଷ ଦୁଇଦିନିଆ ଗୁଜରାଟ ଗସ୍ତରେ ଆସି ଆରଏସ୍‌ଏସ୍‌ ପ୍ରଚାରକ, ମୁଖ୍ୟମନ୍ତ୍ରୀ, ରାଜ୍ୟ ଭାଜପା ସଭାପତି ଓ ଅନ୍ୟ ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ଭେଟିଥିଲେ। ତାଙ୍କ ଆକଳନ ଆଧାରରେ କେନ୍ଦ୍ରୀୟ ନେତା ପ୍ରଚାର ରଣନୀତି ପ୍ରସ୍ତୁତ କରିବେ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ଏହା ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦୁଇଦିନିଆ ଗସ୍ତରେ ଯାଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪ ସାଧାରଣ ସଭା ଓ ୩ଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇସାରିଲେଣି। ୟୁପି ରାଜ୍ୟପାଳ ତଥା ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ଆନନ୍ଦିବେନ୍‌ ପଟେଲ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଜନସଭାକୁ ସମ୍ବୋଧିତ କରିଥିଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ବାରମ୍ବାର ଉକ୍ତ ରାଜ୍ୟକୁ ଗସ୍ତରେ ଯାଉଛନ୍ତି। ସେହିପରି ଦଳର ଗୁଜରାଟ ପ୍ରଭାରୀ ଭୂପେନ୍ଦ୍ର ଯାଦବ ଗତ ମାସ ୨୧ରେ ତୃଣମୂଳ ସ୍ତରରେ ସ୍ଥିତି ସମୀକ୍ଷା କରିଥିଲେ।
ସେହିପରି ଗତ ୬ ମାସ ମଧ୍ୟରେ ଗୈରିକ ଦଳ ପକ୍ଷରୁ ଅନେକ କାର୍ଯ୍ୟକ୍ରମ କରାଗଲାଣି। ଦଳର ଯୁବ ଶାଖା ପକ୍ଷରୁ ‘ଯୁବ ଯାତ୍ରା’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବାବେଳେ ମହିଳା ସେଲ୍‌ ପକ୍ଷରୁ ବିଭିନ୍ନ ସଭାର ଆୟୋଜନ କରାଯାଇଥିଲା। ଦଳର ମିଡିଆ ସେଲ୍‌ ସହରାଞ୍ଚଳଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ସମସ୍ତ ଗଣମାଧ୍ୟମ ସଂସ୍ଥା ନିକଟରେ ପହଞ୍ଚତ୍ବାକୁ ଉଦ୍ୟମ ଚଳାଇଛି।
୧୯୯୫ରୁ ଭାଜପା ଗୁଜରାଟରେ କ୍ଷମତାରେ ରହିଛି। ତେବେ ୨୦୧୭ ନିର୍ବାଚନରେ ଦଳକୁ ପୂର୍ବାପେକ୍ଷା ୧୦ ଆସନ କମ୍‌ ମିଳିଥିଲା। ଏହି ନିର୍ବାଚନରେ ଭାଜପାକୁ ୯୯ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବାବେଳେ କଂଗ୍ରେସର ଭୋଟ ଭାଗ ୪୧.୪ ପ୍ରତିଶତକୁ ବୃଦ୍ଧି ପାଇଥିଲା। ଏଥର ଦରଦାମ୍‌ ବୃଦ୍ଧି, ବେରୋଜଗାରୀ ଏବଂ ସରକାର ବିରୋଧୀ ହାଓ୍ବା ଦଳ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏହାକୁ ଦୃଷ୍ଟିରେ ରଖି ୨୦୨୦ ଜୁଲାଇରେ ସି.ଆର୍‌. ପାଟିଲଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଯିବା ସହ ୨୦୨୧ ସେପ୍ଟେମ୍ବରରେ ସରକାରରେ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri