Posted inଜାତୀୟ

ସଂରକ୍ଷଣ ନେଇ ଲୋକଙ୍କୁ ଠକୁଛି ଭାଜପା: କଂଗ୍ରେସ…

ନୂଆଦିଲ୍ଲୀ,୨୬।୪ : ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ କର୍ନାଟକରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଏଭଳି ପରିସ୍ଥିତିରେ ସମସ୍ତ ଦଳର ନେତାମାନେ ପରସ୍ପର ଉପରେ କଡ଼ା ବିବୃତ୍ତି ଦେବାର ସୁଯୋଗ ଛାଡୁ ନାହାଁନ୍ତି। ଏବେ କଂଗ୍ରେସ ପୁଣି ଥରେ ଭାଜପାକୁ ଟାର୍ଗେଟ କରିଛି। କଂଗ୍ରେସ ଏମପି ରଣଦୀପ ସୁରଜେୱାଲା ଭାଜପା ଲୋକଙ୍କୁ ଠକୁଥିବା ଅଭିଯୋଗ କରିଛନ୍ତି।

ସୁରଜେୱାଲା କହିଛନ୍ତି, ଗତକାଲି ସୁପ୍ରିମକୋର୍ଟରେ ଏକ ବିବୃତ୍ତି ମାଧ୍ୟମରେ ଭାଜପା ଏବଂ ମୁଖ୍ୟମନ୍ତ୍ରୀ ବାସବରା ବୋମାଇ ସରକାର ନିଜର ୨୭ ମାର୍ଚ୍ଚ ୨୦୨୩ର ସଂରକ୍ଷଣ ଉପରେ ରୋକ ଆଦେଶକୁ ଅଟକାଇ ରଖି ପାପ କରିଛନ୍ତି। ସଂରକ୍ଷଣ ନାମରେ ଭାଜପା ସମସ୍ତଙ୍କୁ ପ୍ରତାରଣା କରୁଛି। ଲୋକଙ୍କୁ ଭ୍ରମିତ କରି ଠକିବାରେ ଲାଗିଛି।

ସୂଚନାଯୋଗ୍ୟ, କର୍ନାଟକ ନିର୍ବାଚନ ମଧ୍ୟରେ ବରିଷ୍ଠ ନେତା କେ.ଏସ .ଇଶ୍ୱରପ୍ପା ମଙ୍ଗଳବାର କହିଥିଲେ ଭାଜପା ରାଷ୍ଟ୍ରୀୟ ମହାସଚିବ ସିଟି ରବି ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ମୁଖ୍ୟମନ୍ତ୍ରୀ ହେବା ପାଇଁ ତାଙ୍କର ସମସ୍ତ ଯୋଗ୍ୟତା ରହିଛି। ସେ ଜଣେ ଭଲ ନେତା। ସେ ଚିକକାମାଲୁରୁରେ ବହୁତ ଭଲ କାମ କରିଛନ୍ତି। ମୁଁ ଏହା କହୁ ନାହିଁ ଯେ ସେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଏସବୁ କହିବାର ମୋର ଶକ୍ତି ନାହିଁ, କିନ୍ତୁ ସେ ବହୁତ ଭଲ କାମ କରୁଛନ୍ତି। ଭବିଷ୍ୟତରେ ସେ ମୁଖ୍ୟମନ୍ତ୍ରୀ ହୋଇପାରିବେ। ମୁଁ ତାଙ୍କୁ ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କରୁଛି ।

ଏହି ବିବୃତ୍ତି ନେଇ ସିଟି ରବି କହିଛନ୍ତି, ଆମେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବୋମରଇଙ୍କ ନେତୃତ୍ୱରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛୁ। ଆଜି କେତେକ ଲୋକ ମୋ ବିଷୟରେ କହୁଛନ୍ତି, ଯେଉଁ ଦିନ ସମଗ୍ର ରାଜ୍ୟର ଲୋକମାନେ ଏଭଳି କହିବେ, ସେଦିନ ମୁଁ ମୁଖ୍ୟମନ୍ତ୍ରୀ ହେବାକୁ ପ୍ରସ୍ତୁତ ହେବି। କିନ୍ତୁ ଆଜି ବୋମାଇ ହେଉଛନ୍ତିି ମୁଖ୍ୟମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri