‘ମୁଖ୍ୟମନ୍ତ୍ରୀଙ୍କୁ କିଭଳି ନିୟନ୍ତ୍ରଣ କରାଯାଉଛି ଦେଖି ହତଚକିତ ହୋଇଯାଉଛି’; ଭିଡିଓ ଶେୟାର କରି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ…

ଭୁବନେଶ୍ୱର,୨୮।୫: ଚଳିତ ନିର୍ବାଚନରେ ଓଡ଼ିଶାରେ ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ଗୋଟିଏ ପଟେ ଦୀର୍ଘ ୨୫ ବର୍ଷର ଶାସନ କ୍ଷମତା ସହ ବିଜେଡି ପୁଣିଥରେ କ୍ଷମତାକୁ ଫେରିବାର ଆଶା ରଖିଥିବା ବେଳେ ଭାଜପା ଏହାକୁ କାଉଣ୍ଟର କରିବାକୁ ଗୋଟିଏ ବି ମଉକା ଛାଡ଼ୁନାହିଁ। ଏହି କ୍ରମରେ ଦୁଇ ଦଳର ନେତାମାନେ ପରସ୍ପରକୁ ଆରୋପ ପ୍ରତ୍ୟାରେପ ଲଗାଉଛନ୍ତି। ଭାଜପାର ପ୍ରଚାର ଦାୟିତ୍ୱରେ ବାରମ୍ବାର ଓଡ଼ିଶାକୁ ଆସୁଛନ୍ତି କେନ୍ଦ୍ରୀୟ ନେତା। ଏହି ଅବସରରେ ସେମାନେ ବିଜେଡିର ପ୍ରଚାର ଦାୟିତ୍ୱରେ ଥିବା ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କୁ ଟାର୍ଗେଟ କରୁଥିବା ଦେଖାଯାଉଛି। ଜଣେ ତାମିଲ ଅଫିସର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିୟନ୍ତ୍ରଣ କରୁଥିବା ସେମାନେ ଅଭିଯୋଗ କରୁଛନ୍ତି।

ଏହି କ୍ରମରେ ଆସାମ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପାଇଁ ଭାଜପାର ଷ୍ଟାର ପ୍ରଚାରକ ହିମନ୍ତ ବିଶ୍ୱ ଶର୍ମା ନିଜ ‘ଏକ୍ସ’ ଆକାଉଣ୍ଟରେ ନବୀନ ଏବଂ ପାଣ୍ଡିଆନଙ୍କ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ଜଣେ ଅବସରପ୍ରାପ୍ତ ଅଫିସର କେଉଁଭଳି ଭାବେ ଓଡ଼ିଶାର ଭବିଷ୍ୟତକୁ ନିୟନ୍ତ୍ରଣ କରୁଛନ୍ତି ସେ ନେଇ ଦୁଃଖ ପ୍ରକାଶ କରିଛନ୍ତି।

ଭିଡିଓକୁ ଉଭୟ ଇଂରାଜୀ ଏବଂ ଓଡ଼ିଆରେ ଶେୟାର କରି ହିମନ୍ତ କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦାୟକ ଭିଡିଓ। ଏଥିରେ ଭି.କେ. ପାଣ୍ଡିଆନ ନବୀନ ବାବୁଙ୍କ ହାତ ଥରିବାକୁ ନିୟନ୍ତ୍ରଣ କରୁଛନ୍ତି। ତାମିଲନାଡ଼ୁର ଜଣେ ଅବସରପ୍ରାପ୍ତ ପୂର୍ବତନ ଅମଲାତନ୍ତ୍ରୀ ବର୍ତ୍ତମାନ ଓଡ଼ିଶାର ଭବିଷ୍ୟତ ଉପରେ କିଭଳି ନିୟନ୍ତ୍ରଣ କରୁଛନ୍ତି, ତାହା କଳ୍ପନା କରି ମୁଁ ହତଚକିତ ହୋଇଯାଉଛି। ତେବେ ଭାଜପା ରାଜ୍ୟବାସୀଙ୍କ ହାତରେ ପୁଣିଥରେ ଓଡ଼ିଶାର ଶାସନ ଭାର ଧରାଇ ଦେବାକୁ ବଦ୍ଧ ପରିକର ବୋଲି ସେ କହିଛନ୍ତି।

ଭିଡିଓଟି ବେଶ ଭାଇରାଲ ହେଉଥିବା ବେଳେ ଲୋକେ ପ୍ରତିକ୍ରିୟା ରଖୁଛନ୍ତି। ଦେଖନ୍ତୁ ଭିଡିଓ:

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri