‘ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିରେ ଆମେ ସନ୍ତୁଷ୍ଟ ନୋହୁଁ’

ପଦ୍ମପୁର,୨୩।୧୧(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡକୁ ଜିଲା ଗଠନ ପ୍ରସଙ୍ଗରେ ମିଳିତ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ତରଫରୁ ଏକ ୪୦ ଜଣିଆ ପ୍ରତିନିଧି ଦଳ ଗତ ୧୬ ତାରିଖରେ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ସକରାତ୍ମକ ମନୋଭାବ ପୋଷଣ କରି ଉକ୍ତ ପ୍ରତିନିଧି ମଣ୍ଡଳୀକୁ ୨୦୨୪ ଡିସେମ୍ବର ସୁଦ୍ଧା ଜିଲା ଘୋଷଣା କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହି କ୍ରମରେ ମିଳିତ କ୍ରିୟାନୁଷ୍ଠାନ କମିଟି ତରଫରୁ କଚେରି ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ କ୍ରିୟାନୁଷ୍ଠାନ କମିଟିର ଆବାହକ ଉମେଶ ସାହୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣାରେ ଆମେ ସନ୍ତୁଷ୍ଟ ନୋହୁଁ। ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି କହିଥିଲେ। ପ୍ରସ୍ତାବିତ ପଦ୍ମପୁର ଜିଲା ପୁନର୍ଗଠନ କ୍ରିୟାନୁଷ୍ଠାନ ଓ ପ୍ରସ୍ତାବିତ ଜିଲା କ୍ରିୟାନୁଷ୍ଠାନ କମିଟି ମିଳିତ ହୋଇ ଗୋଟିଏ ମଞ୍ଚରେ ଆନ୍ଦୋଳନ କରି ଦାବି ରଖିବେ। ଏହାସହ ଉଭୟଙ୍କ ପକ୍ଷରୁ ଜଣେ ଆବାହକ ଓ ସଂଯୋଜକ ରହିବେ ବୋଲି କମିଟି ତରଫରୁ ଅଜିତ ଶତପଥୀ ସୂଚନା ଦେଇଥିଲେ। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଆନନ୍ଦ ପଣ୍ଡା, ପ୍ରଶାନ୍ତ ମାଝୀ, ପ୍ରମୋଦ ମିଶ୍ର, ପ୍ରଦୀପ ଯୋଷୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri