ଆସନ୍ନ ପରାଜୟକୁ ନେଇ ଭାଜପା ଭୟଭୀତ: ପ୍ରୀତିରଞ୍ଜନ

ନୂଆପଡ଼ା,୧ା୧୧ (ମକାରୁ ବେମାଲ): ଭାଜପା ଜାଣିସାରିଲାଣି ନୂଆପଡାରେ ବିଜେଡିର ବିଜୟ ସୁନିଶ୍ଚିତ। ସେଥିପାଇଁ ପୋଲିସ ପ୍ରଶାସନକୁ ରାଜନୈତିକ ଅସ୍ତ୍ର ଭାବେ ଶାସକ ଦଳ ବ୍ୟବହାର କରୁଛି। ଶୁକ୍ରବାର ସାରେ ନୂଆପଡ଼ାଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡେଇ ଏହା କହିଛନ୍ତି। ସେ ଆହୁରି କହିଥିଲେ, ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ରାତିଅଧିଆ ଏପରି ଜଣେ ଆଇପିଏସ୍‌ ଅଧିକାରୀଙ୍କୁ ଏଠି ନିର୍ବାଚନ ଦାୟିତ୍ୱ ଦିଆଯାଉଛି ଯାହାଙ୍କ ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠୁଛି। ନୂଆପଡ଼ା ଆରକ୍ଷୀ ଅଧୀକ୍ଷକ ମଧ୍ୟ ତାଙ୍କୁ ସହଯୋଗ କରୁଛନ୍ତି। ଶୁକ୍ରବାର ସେ ରହୁଥିବା ସ୍ଥାନରେ ଯେପରି ଚଢାଉ କରାଗଲା ତାହା ଅତ୍ୟନ୍ତ ନିନ୍ଦନୀୟ। ତୁରନ୍ତ ଏହି ଆଇପିଏସ୍‌ ଅଧିକାରୀଙ୍କୁ ନିର୍ବାଚନ ଦାୟିତ୍ୱରୁ ହଟାନ୍ତୁ। ନୂଆପଡ଼ା ଲୋକେ ଶାନ୍ତି, ସମ୍ମାନ ଓ ସୁରକ୍ଷା ଚାହୁଛନ୍ତି। ଭାଜପା ସରକାର ଆମକୁ ଭୟଭୀତ କରି ନିଜ ସପକ୍ଷରେ ଭୋଟ ନେବା ପାଇଁ ଯେଉଁ ହୀନ ଉଦ୍ୟମ କରୁଛନ୍ତି ତାହା କଦାପି ଗ୍ରହଣୀୟ ନୁହେଁ ବୋଲି ଘଡେଇ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ବିଧାୟକ ଗୌତମବୁଦ୍ଧ ଦାସ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri