Odisha Elections 2024
Posted inଜାତୀୟ

ଭାଜପା ଭୟଭୀତ ହୋଇଛି: ସଞ୍ଜୟ ରାଉତ…

ମୁମ୍ବାଇ,୧୧।୬ : ଶିବସେନା (ୟୁବିଟି) ରାଜ୍ୟସଭା ସଦସ୍ୟ ସଞ୍ଜୟ ରାଉତ ରବିବାର ଦାବି କରିଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା) ତାଙ୍କ ଦଳର ମୁଖ୍ୟ ଉଦ୍ଧବ ଠାକରେଙ୍କୁ ଭୟ କରୁଛି, ଯାହା ଏକ ଭଲ କଥା। ସଞ୍ଜୟ ରାଉତ କହିଛନ୍ତି ଉଦ୍ଧବଙ୍କୁ ପଚରାଯାଇଥିବା ପ୍ରଶ୍ନ ଉପରେ ଭାଜପା ଆତ୍ମଚିନ୍ତନ କରିବା ଉଚିତ। ସେ ଦାବି କରିଛନ୍ତି ଭାଜପା ଏବେ ନିଜ ଜାଲରେ ପଡ଼ିଛି।

ଏକ ସୋସିଆଲ ମିଡିଆ ପୋଷ୍ଟରେ ସଞ୍ଜୟ ଏଭଳି କହିଛନ୍ତି। ଭାଜପା ଶିବସେନାକୁ ବିଭାଜିତ କରିଥିଲା। ଦେଶଦ୍ରୋହୀଙ୍କୁ ଶିବସେନାର ନାମ ଏବଂ ନିର୍ବାଚନୀ ଚିହ୍ନ ଦେଇଛନ୍ତି। ଉଦ୍ଧବ ଠାକରେ ଏବଂ ପ୍ରକୃତ ଶିବସେନା ପ୍ରତି ଏବେ ବି ଭାଜପା ମନରେ ଭୟ ରହିଛି, ଏହା ଯାଇନାହିଁ ।

ଅମିତ ଶାହା ୨୦ ମିନିଟର ଭାଷଣ ଦେଇଥିଲେ। ସେଥିମଧ୍ୟରୁ ସେ ଉଦ୍ଧବଙ୍କ ଉପରେ ସାତ ମିନିଟ କହିଥିଲେ। ତାଙ୍କ ଭାଷଣ ହାସ୍ୟାସ୍ପଦ ଥିଲା। ମୁଁ ଭାବୁଛି ନାନ୍ଦେଡରେ ତାଙ୍କର ରାଲିଭାଜପାର ଜନସମ୍ପର୍କ ଅଭିଯାନର ଏକ ଅଂଶ ଅବା ଉଦ୍ଧବଙ୍କୁ ସମାଲୋଚନା କରିବାର ପ୍ରୟାସ।
ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ନାନ୍ଦେଡ ରାଲିର ଗୋଟିଏ ଦିନ ପରେ ସଞ୍ଜୟ ଏହି ବିବୃତ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତ ଘରେ ପଶି ମାରୁଛି: କାହିଁକି ଏମିତି କହିଲେ ପାକିସ୍ତାନ ରାଷ୍ଟ୍ରଦୂତ

ନ୍ୟୁୟର୍କ,୨୨।୫:ନୂଆ ଭାରତ ଘରେ ପ୍ରବେଶ କରି ହତ୍ୟା କରେ। ପାକିସ୍ତାନୀ ରାଷ୍ଟ୍ରଦୂତ ମିଳିତ ଜାତିସଂଘର ସାଧାରଣ ସଭାରେ ନିଜର ଦୁଃଖ ପ୍ରକାଶ କରି ଏହା କହିଛନ୍ତି।...

ପ୍ରଧାନମନ୍ତ୍ରୀ ଭୋଟ ପାଇଁ ତାମିଲଙ୍କୁ ବଦନାମ କରନ୍ତୁ ନାହିଁ: ଷ୍ଟାଲିନ୍‌

ଚେନ୍ନାଇ,୨୨ା୫(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଓଡ଼ିଶାକୁ ପ୍ରଚାରରେ ଆସିବାବେଳେ ପ୍ରତିଥର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇ ରାଜ୍ୟର ଶାସକ ବିଜୁ...

ବିମାନ ଧକ୍କାରେ ୪୦ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ

ମୁମ୍ବାଇ, ୨୨।୫: ଏମିରେଟ୍‌ସ ଏୟାରଲାଇନ୍ସର ଏକ ବିମାନ ସହ ଧକ୍କା ହୋଇ ୪୦ରୁ ଅଧିକ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ ହୋଇଯାଇଛି। ସୋମବାର ବିଳମ୍ବିତ ରାତିରେ ମୁମ୍ବାଇର...

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri