Posted inଜାତୀୟ

ବିରୋଧୀ ଦଳଙ୍କୁ ଭୟଭୀତ କରୁଛି ଭାଜପା, ଦିନେ ଭୋଗିବାକୁ ପଡ଼ିବ ଏହାର ଫଳ: ଖାର୍ଗେଙ୍କ ଚେତାବନୀ…

ନୂଆଦିଲ୍ଲୀ,୨୮।୧୦: ଦେଶର ପାଞ୍ଚଟି ରାଜ୍ୟରେ ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ମଧ୍ୟପ୍ରଦେଶ, ଛତିଶଗଡ, ତେଲେଙ୍ଗାନା, ମିଜୋରାମ ଏବଂ ରାଜସ୍ଥାନରେ ଏନେଇ ରାଜନୈତିକ ଦଳଙ୍କ ପକ୍ଷରୁ ପ୍ରଚାର ଅଭିଯାନ ଜାରି ରହିଛି । ଏହି ସମୟରେ ରାଜସ୍ଥାନରେ ହୋଇଥିବା ଇଡି ଚଢ଼ାଉକୁ ନେଇ ବିବାଦ ତୀବ୍ର ହୋଇଛି। ବିରୋଧୀ ଦଳମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର କରୁଥିବା ଅଭିଯୋଗ କରିଛନ୍ତି।

ଏନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଏହି କାର୍ଯ୍ୟର ଦୃଢ଼ ନିନ୍ଦା କରିଛନ୍ତି। ସେ କହିଛନ୍ତି କଂଗ୍ରେସ ଏହି ଚଢ଼ାଉକୁ ଭୟ କରିବ ନାହିଁ। ଦିନେ ଭାଜପାକୁ ମଧ୍ୟ ଏଭଳି ସ୍ଥିତିର ସାମ୍ନା କରିବାକୁ ପଡିବ। ବିରୋଧୀ ଦଳଙ୍କୁ ଭାଜପା ଭୟଭୀତ କରୁଛି। ଦିନେ ଏହାର ଫଳ
ଭାଜପାକୁ ମଧ୍ୟ ଭୋଗିବାକୁ ପଡ଼ିବ ।

ଆମେ ୫୦ବର୍ଷ ଧରି ରାଜନୀତି କରିଆସୁଛୁ କିନ୍ତୁ ନିର୍ବାଚନ ସମୟରେ ଇଡି କିମ୍ବା ସିବିଆଇ ଦ୍ୱାରା କୌଣସି ଚଢ଼ାଉ ଦେଶରେ ହେଉ ନ ଥିଲା॥ କିନ୍ତୁ ଆଜି ଏହା ଘଟୁଛି କାରଣ ଭାଜପା ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଲୋକପ୍ରିୟତାକୁ ଚିନ୍ତାରେ ପଡ଼ିଛି।

ଅନୁସନ୍ଧାନକାରୀ ଏଜେନ୍ସି ମାଧ୍ୟମରେ କେନ୍ଦ୍ର ସରକାର ଦେଶରେ ଆତଙ୍କ ସୃଷ୍ଟି କରିଛନ୍ତି। ଏହା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri