Posted inଜାତୀୟ

ଭାଜପା ବିଶ୍ୱର ବଡ଼ ଲୁଟେରା: ମମତା

କୋଲକାତା,୨୧।୩: ଭାଜପା ବିଶ୍ୱରେ ସବୁଠୁ ବଡ଼ ଲୁଟେରା ବୋଲି ଶନିବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମାଲୋଚନା କରିବା ସହ ଏହି ଦଳକୁ ରାଜ୍ୟରେ କଦାପି ଶାସନ କରିବାକୁ ଦିଆଯିବ ନାହିଁ ବୋଲି କହିଛନ୍ତି। ପୂର୍ବ ମିଦନାପୁର ଜିଲାର ହଳଦିଆଠାରେ ଏକ ନିର୍ବାଚନୀ ରାଲିକୁ ସମ୍ବୋଧନ କରି ମମତା କହିଥିଲେ, ଗୈରିକ ଦଳ ଦଙ୍ଗା, ହତ୍ୟା, ଦଳିତଙ୍କୁ ନିର୍ଯାତନା ଆଦି କରାଉଛି। ଏହା ବିଶ୍ୱରେ ସର୍ବାଧିକ ଅର୍ଥ ଅସୁଲ କରୁଥିବା ଦଳ। କେବଳ ପିଏମ୍‌ କେୟାର ପାଣ୍ଠି ନାଁରେ ସେମାନେ ବହୁ କୋଟି ଅସୁଲ କରିଛନ୍ତି। ପଶ୍ଚିମବଙ୍ଗ ଜନସାଧାରଣ ଶାନ୍ତି ଏବଂ ଦଙ୍ଗାମୁକ୍ତ ରାଜ୍ୟ ଚାହୁଁଥିଲେ ତୃଣମୂଳ କଂଗ୍ରେସ ଏକମାତ୍ର ବିକଳ୍ପ ବୋଲି ମମତା କହିଥିଲେ। କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଦେଶର ସମ୍ପତ୍ତି ବିକ୍ରି କରିଚାଲିଛନ୍ତି। ଭାରତୀୟ ଅର୍ଥନୀତିକୁ ମୋଦି ବିପର୍ଯ୍ୟସ୍ତ କରିଛନ୍ତି। ରେଲଓ୍ବେ, କୋଇଲା ସେକ୍ଟର, ବିଏସ୍‌ଏନ୍‌ଏଲ୍‌, ବୀମା, ବ୍ୟାଙ୍କ ସବୁକୁ ଘରୋଇକରଣ କରିସାରିଲେଣି। କିଛିଦିନ ମଧ୍ୟରେ ହଳଦିଆ ପୋତାଶ୍ରୟ ମଧ୍ୟ ବିକ୍ରି ହୋଇଯିବ ବୋଲି ଟିଏମ୍‌ସି ସୁପ୍ରିମୋ କହିଥିଲେ। ପ୍ରତି ପର୍ଯ୍ୟାୟ ଭୋଟ ଶେଷରେ ଇଭିଏମ୍‌ଗୁଡ଼ିକୁ ଜଗିବା ଲାଗି ସେ ସମର୍ଥକମାନଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri