Posted inଜାତୀୟ

ବିଜୟୀ ୩ ରାଜ୍ୟରେ ୨ ଜଣିଆ ଉପମୁଖ୍ୟମନ୍ତ୍ରୀ ଫର୍ମୂଲା ଉପରେ ଚିନ୍ତା କରୁଛି ଭାଜପା…

ନୂଆଦିଲ୍ଲୀ,୬।୧୨ : ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ସଂଖ୍ୟାଗରିଷ୍ଠତାରେ ବିଧାନସଭା ନିର୍ବାଚନରେ ଜିତିବା ପରେ ବର୍ତ୍ତମାନ ଏହି ତିନୋଟି ରାଜ୍ୟରେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ନାନା କଳ୍ପଜାଳ୍ପନା ଚାଲିଛି। ଚର୍ଚ୍ଚା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନରେ ନିଷ୍ପତ୍ତି ନେଇ ସାରିଛନ୍ତି ଏହି ରାଜ୍ୟଗୁଡିକରେ କିଏ କମାଣ ସମ୍ଭାଳିବେ। କିନ୍ତୁ ଯେପର୍ଯ୍ୟନ୍ତ ପର୍ଯ୍ୟବେକ୍ଷକ ନିଯୁକ୍ତ ନ ହୋଇଛନ୍ତି ଏବଂ ବିଧାୟକ ଦଳ ସହିତ ଏକ ବୈଠକ ଅନୁଷ୍ଠିତ ନ ହୋଇଛି, ସେ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯିବ ନାହିଁ।

ସୂଚନାନୁସାରେ, ମଧ୍ୟପ୍ରଦେଶରେ ଶିବରାଜ ସିଂ ଚୌହାନଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ ପଦ ଦିଆଯାଇପାରେ। ରାଜସ୍ଥାନରେ ବସୁନ୍ଧରା ରାଜେଙ୍କୁ ମୁଖ୍ୟମନ୍ତ୍ରୀ ପଦ ଦିଆଯାଇପାରେ। ଛତିଶଗଡରେ ରେଣୁକା ସିଂ କିମ୍ବା ଅରୁଣ ସାଓ୍ବଙ୍କୁ ମୁଖ୍ୟମନ୍ତ୍ରୀ କରା ଯାଇପାରେ। ଏହି ତିନୋଟି ରାଜ୍ୟରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ ହେବେ ବୋଲି ଚର୍ଚ୍ଚା ହେଉଛି।

ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ତିନୋଟି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ନାମ ନେଇ ଭାଜପା ନିଷ୍ପତ୍ତି ନେବାକୁ ଚାହୁଁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri