ନବୀନଙ୍କ ସଭା ଭଣ୍ଡୁର ପାଇଁ ଭାଜପା ଉଦ୍ୟମ କରୁଛି: ବିଜେଡି

ନୂଆପଡ଼ା,୧ା୧୧ (ମକାରୁ ବେମାଲ): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ବାଚନୀ ସଭାକୁ ଭଣ୍ଡୁର କରିବା ପାଇଁ ଭାଜପା ଷଡ଼ଯନ୍ତ୍ର କରୁଛି ବୋଲି ବିଜେଡି ଅଭିଯୋଗ କରିଛି। ଶୁକ୍ରବାର ଏ ନେଇ ଦଳ ପକ୍ଷରୁ ନିର୍ବାଚନ ସାଧାରଣ ପର୍ଯ୍ୟବେକ୍ଷକ ପ୍ରକାଶ ବିନ୍ଦୁଙ୍କ ନିକଟରେ ଅଭିଯୋଗ କରାଯାଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ, ଶାସକ ଦଳ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୩ ନଭେମ୍ବର ୨୦୨୫ରେ ତରବୋଡ଼ ଧାନମଣ୍ଡି ପଡ଼ିଆ, କୋମନା ବ୍ଲକରେ ହେବାକୁ ଥିବା ସାର୍ବଜନୀନ ସଭାକୁ ବାଧା ଦେବା ପାଇଁ ଷଡଯନ୍ତ୍ର ଚଳାଇଛି। ଏ ସମ୍ପର୍କିତ ଏକ ଅଡିଓ ରେକର୍ଡିଂରେ ଗାଁ ସାଥୀ ସଂଗଠନର ଅଧ୍ୟକ୍ଷ ଲକ୍ଷ୍ମୀଧର ବିଶ୍ୱାଳ ନିଜେ ସ୍ବୀକାର କରିଛନ୍ତି ଯେ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ତାଙ୍କ ସଂଗଠନ ସଦସ୍ୟମାନଙ୍କୁ ସେହି ତାରିଖ ଓ ସ୍ଥାନରେ ଏକତ୍ର ହେବାକୁ ନିର୍ଦେଶ ଦେଇଛନ୍ତି। ଏହା ଏକ ସଂଗଠିତ ଉଦ୍ୟମ ଯାହା ଶାନ୍ତିପୂର୍ଣ୍ଣ ଓ ଗଣତାନ୍ତ୍ରିକ ପରିବେଶକୁ ଭଙ୍ଗ କରିବାକୁ ଉଦ୍ୟମ ବୋଲି ବିଜେଡି ପକ୍ଷରୁ ଲେଖାଶ୍ରୀ ସାମନ୍ତସିଂହାର, ସାଂସଦ ନିରଞ୍ଜନ ବିଶି, ମନ୍ମଥ ରାଉତରାୟ ଅଭିଯୋଗ ଦାଖଲ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri