Posted inଜାତୀୟ

ଲୋକ ସଭା ନିର୍ବାଚନ ପାଇଁ ଭାଜପା-ଜେଡିଏସ୍‌ ବୁଝାମଣା

ବେଙ୍ଗାଲୁରୁ,୯ା୯: ୨୦୨୪ ଲୋକ ସଭା ନିର୍ବାଚନ ଲାଗି ଭାଜପା ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନେତୃତ୍ୱାଧୀନ ଜେଡିଏସ୍‌ ମଧ୍ୟରେ ବୁଝାମଣା ଚୂଡ଼ାନ୍ତ ହୋଇଛି। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଶୁକ୍ରବାର ଏହା ଘୋଷଣା କରିବା ପରେ ରାଜ୍ୟରେ ରାଜନୈତିକ ଉଷ୍ମତା ବଢ଼ିଯାଇଛି। ନିର୍ବାଚନ ବୁଝାମଣା ଅନୁଯାୟୀ କର୍ନାଟକର ମୋଟ ୨୮ ଲୋକ ସଭା ଆସନରୁ ୪ ଆସନରେ ଜେଡିଏସ୍‌ ଲଢ଼ିବ। ଦେବେଗୌଡ଼ା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ୪ ଆସନ ଚୂଡ଼ାନ୍ତ କରିଛନ୍ତି। ଜେଡିଏସ୍‌କୁ ୪ ଆସନ ଛାଡ଼ିଦେବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସହମତ ହୋଇଥିବା ୟେଦୁରପ୍ପା କହିଛନ୍ତି। କର୍ନାଟକରେ ଜେଡିଏସ୍‌ ସହ ବୁଝାମଣା ଆମକୁ ସାମର୍ଥ୍ୟ ଦେବ ଏବଂ ଆମେ ମିଳିତ ଭାବେ ୨୫ରୁ ୨୬ ଲୋକ ସଭା ଆସନ ଜିତିପାରିବୁ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ସଂସଦୀୟ ବୋର୍ଡ ସଦସ୍ୟ କହିଛନ୍ତି। ୨୦୧୯ ନିର୍ବାଚନରେ କର୍ନାଟକରୁ ଭାଜପା ୨୫ ଆସନ ଜିତିଥିବାବେଳେ ଏହା ସମର୍ଥନରେ ଜଣେ ସ୍ବାଧୀନ ପ୍ରାର୍ଥୀ ଗୋଟିଏ ଆସନ ପାଇଥିଲେ। କଂଗ୍ରେସ ଏବଂ ଜେଡିଏସ୍‌ ଗୋଟିଏ ଲେଖାଏ ଆସନରେ ବିଜୟୀ ହୋଇଥିଲେ। ତେବେ ଗତ ମେ’ରେ ଅନୁଷ୍ଠିତ ୨୨୪ ଆସନ ବିଶିଷ୍ଟ ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ୧୩୫ ଆସନ ମିଳିଥିବାବେଳେ ଭାଜପା ୬୬ ଏବଂ ଜେଡିଏସ୍‌ ୧୯ ଆସନରେ ଜିତିଥିଲା। ଏହି ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଜେଡିଏସ୍‌ ଲୋକ ସଭା ନିର୍ବାଚନରେ ଭାଜପା ସହ ମେଣ୍ଟ କରିବା ନେଇ ଚର୍ଚ୍ଚା ହୋଇ ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?