Posted inଜାତୀୟ

ଭାଜପା, ଜେଡିୟୁ, ଏଲ୍‌ଜେପି ଏକାଠି ଲଢ଼ିବେ

ନୂଆଦିଲ୍ଲୀ, ୨୪।୮ (ପି.ଟି.): ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏର ତିନି ଦଳ ଭାଜପା, ଜେଡିୟୁ ଏବଂ ଏଲ୍‌ଜେପି ଏକାଠି ବିଧାନସଭା ନିର୍ବାଚନ ଲଢ଼ିବେ ବୋଲି ରବିବାର ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ସ୍ପଷ୍ଟ କରିଦେଇଛନ୍ତି। ଆଗାମୀ ନିର୍ବାଚନରେ ଏନ୍‌ଡିଏ ନିଶ୍ଚୟ ବିଜୟୀ ହେବ ବୋଲି ସେ ଦୃଢ଼ତାର ସହ କହିଛନ୍ତି। ନୀତୀଶ କୁମାରଙ୍କ ଜେଡିୟୁ ଏବଂ ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ମଧ୍ୟରେ ବାକ୍‌ଯୁଦ୍ଧ ଲାଗିରହିଥିବାବେଳେ ବିହାର ଭାଜପା କାର୍ଯ୍ୟକାରିଣୀ ବୈଠକକୁ ଭିଡିଓ କନ୍‌ଫରେନ୍ସ ଜରିଆରେ ଉଦ୍‌ବୋଧନ ଦେଇ ନଡ୍ଡା ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି। ତିନି ଦଳ ଯେତେବେଳେ ଏକାଠି ନିର୍ବାଚନ ଲଢ଼ିଛନ୍ତି, ଏନ୍‌ଡିଏ ବିଜୟୀ ହୋଇଛି ବୋଲି ସେ କହିଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନରେ ଏହି ମେଣ୍ଟ ଗୋଟିଏ ଆସନକୁ ବାଦ୍‌ ଦେଇ ଅନ୍ୟ ସମସ୍ତ ଆସନ ଜିତିଥିଲା। କଂଗ୍ରେସ ବିହାର ସମେତ ସାରା ଦେଶରେ ଏକ ପ୍ରଭାବହୀନ ଶକ୍ତି। ଭାଜପା ଏକମାତ୍ର ଦଳ ଯାହା ଉପରେ ଲୋକଙ୍କ ଆଶା ଓ ଭରସା ରହିଛି ବୋଲି ନଡ୍ଡା କହିଥିଲେ। ବିରୋଧୀ ଦଳରେ ନା ନୀତି ଅଛି ନା ଲୋକଙ୍କ ସେବା କରିବାର ମାନସିକତା। ଏହି ଦଳ ଆଗକୁ ବଢ଼ିପାରିବ ନାହଁ ବୋଲି ଭାଜପା ଅଧ୍ୟକ୍ଷ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri