Posted inଜାତୀୟ

ମୋଦିଙ୍କ ନେତୃତ୍ୱରେ ୨୦୨୪ ଲୋକ ସଭା ନିର୍ବାଚନ ଲଢିବ ଭାଜପା: ଶାହା

ନୂଆଦିଲ୍ଲୀ,୧।୮: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା। ବିଭିନ୍ନ ରାଜ୍ୟରେ ଗଡ଼ ଆହୁରି ମଜଭୁତ କରିବା ପାଇଁ ଦଳ ପକ୍ଷରୁ ଉଦ୍ୟମ କରାଯାଉଛି।
ଏହାପୂର୍ବରୁ ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଭାଜପାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀକୁ ନେଇ ଆଲୋଚନା ହେଉଛି। ୭୧ ବର୍ଷୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜନୀତିରୁ ଅବସର ନେଇ ନୂଆ ଚେହେରା ସୃଷ୍ଟି କରିବେ ବୋଲି ଅନେକ ସମୟରେ କଳ୍ପନାଜଳ୍ପନା ଚାଲିଛି। କିନ୍ତୁ ଏସବୁ ଆଲୋଚନା ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ମୋଦିଙ୍କ ନେତୃତ୍ୱରେ ହିଁ ଦଳ ୨୦୨୪ ନିର୍ବାଚନ ଲଢିବ ବୋଲି ସେ ସ୍ପଷ୍ଟ କରିଛନ୍ତି।
ନିକଟରେ ପାଟନାରେ ଏକ ବୈଠକକୁ ସମ୍ବୋଧିତ କରି ଶାହା କହିଛନ୍ତି,୨୦୨୪ରେ ଭାଜପା-ଜେଡିୟୁ ଏକାଠି ନିର୍ବାଚନ ଲଢିବେ, ନରେନ୍ଦ୍ର ମୋଦି ଭାଜପାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ। ମୋଦିଙ୍କ ନେତୃତ୍ୱରେ ଆଉ ଏକ ବିଜୟ ହାସଲ ପାଇଁ ଉଦ୍ୟମ କରିବାକୁ ଭାଜପା କର୍ମୀଙ୍କୁ ମୁଁ ଆହ୍ବାନ କରୁଛି। ଏଥିପାଇଁ ବୁଥ୍‌ ସ୍ତରରେ ଦଳକୁ ଦୃଢ କରିବାକୁ ପଡିବ।
ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂ କହିଛନ୍ତି, ଶାହା ଭାଜପା କର୍ମୀମାନଙ୍କୁ ଅମୃତ ମହୋତ୍ସବ (ସ୍ବାଧୀନତାର ୭୫ ବର୍ଷ)କୁ ଦୃଷ୍ଟିରେ ରଖି ଦେଶଭକ୍ତିର ଭାବନା ବିସ୍ତାର କରିବାକୁ ଅଗଷ୍ଟ ୯ ରୁ ୧୨ ପର୍ଯ୍ୟନ୍ତ ଚାରି ଦିନ ଉତ୍ସର୍ଗ ପାଇଁ କହିଥିଲେ। ଏହାସହ ଦଳର କର୍ମୀଙ୍କୁ ମଧ୍ୟ ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିବା ଏବଂ ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କ୍ଷମତାକୁ ଫେରିବା ନିଶ୍ଚିତ କରିବାକୁ କୁହାଯାଇଛି। ଗତଥର ଅପେକ୍ଷା ସେମାନଙ୍କୁ ଅଧିକ ଆସନ ଜିତିବାର ଲକ୍ଷ୍ୟ ଦିଆଯାଇଛି।
ସୂଚନାଯୋଗ୍ୟ, ୨୦୧୯ ଲୋକ ସଭା ନିର୍ବାଚନରେ ଭାଜପା ୩୦୦ରୁ ଅଧିକ ଆସନ ଜିତି ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?