Posted inଜାତୀୟ

ଭାଜପା ଏଏପି ପ୍ରାର୍ଥୀଙ୍କୁ କରିଛି ଅପହରଣ: ସିସୋଡିଆ…

ନୂଆଦିଲ୍ଲୀ,୧୬।୧୧ : ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମନୀଷ ସିସୋଡିଆ ବୁଧବାର କହିଛନ୍ତି ଯେ ଗୁଜରାଟରେ ନିର୍ବାଚନରେ ଭାଜପା ହାରିବାକୁ ଯାଉଛି। ଭାଜପା ଆମ ଆଦମୀ ପାର୍ଟିର ସୁରଟ ପୂର୍ବ ପ୍ରାର୍ଥୀ କାଞ୍ଚନ ଜରିୱାଲାଙ୍କୁ ଅପହରଣ କରିଛି। ଗତକାଲି ଠାରୁ କାଞ୍ଚନ ଏବଂ ତାଙ୍କ ପରିବାର ନିଖୋଜ ଥିବା ମନୀଷ ସିସୋଡିଆ ଅଭିଯୋଗ କରିଛନ୍ତି। ଗତକାଲି ସେ ତାଙ୍କ ନାମାଙ୍କନପତ୍ର ଯାଞ୍ଚ ପାଇଁ କାର୍ଯ୍ୟାଳୟକୁ ଯାଇଥିଲେ। ଯାଞ୍ଚ ଶେଷ ହେବା ମାତ୍ରେ ଭାଜପା ଗୁଣ୍ଡମାନେ ତାଙ୍କୁ ସେଠାରୁ ନେଇ ଯାଇଥିଲେ। ସେବେଠାରୁ ତାଙ୍କର କୌଣସି ଖୋଜ ଖବର ନାହିଁ।

ମନୀଷ ସିସୋଡିଆ ଆହୁରି କହିଛନ୍ତି, ଏହା ଅତ୍ୟନ୍ତ ବିପଦଜନକ। ନିର୍ବାଚନ ଆୟୋଗ ନିରପେକ୍ଷ ନିର୍ବାଚନ କରିଥାନ୍ତି। ଏଭଳି ପରିସ୍ଥିତିରେ ପ୍ରାର୍ଥୀଙ୍କୁ ଅପହରଣ କରାଯାଇଛି, ତେଣୁ ନ୍ୟାୟ କେଉଁଠାରେ ଅଛି? ଗଣତନ୍ତ୍ରକୁ ଏଏପି ପ୍ରାର୍ଥୀ ନୁହେଁ ଭାଜପା ଅପହରଣ କରିଛି। ଏଥି ସହ ମନୀଷ ସିସୋଡିଆ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟକୁ ଯିବେ। ଯେଉଁଠାରେ ସୁରଟ ପୂର୍ବ ପ୍ରାର୍ଥୀ ତାଙ୍କ ଉପରେ ଚାପ ପକାଇ ନାମାଙ୍କନ ପ୍ରତ୍ୟାହାର କରାଯାଉଥିବା ନେଇ ନିର୍ବାଚନ ଆୟୋଗରେ ଅଭିଯୋଗ କରିବେ।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏହି ବିଷୟରେ ଟୁଇଟ କରି ଲେଖିଛନ୍ତି ଯେ ସୁରଟ ପୂର୍ବ ପ୍ରାର୍ଥୀ କାଞ୍ଚନ ଜରିୱାଲା ଏବଂ ତାଙ୍କ ପରିବାର ଗତକାଲି ଠାରୁ ନିଖୋଜ ଅଛନ୍ତି। ପ୍ରଥମେ ଭାଜପା ତାଙ୍କ ନାମାଙ୍କନ ବାତିଲ କରିବାକୁ ଚେଷ୍ଟା କରିଥିଲା। କିନ୍ତୁ ତାଙ୍କ ନାମାଙ୍କନପତ୍ର ଗ୍ରହଣ କରାଯାଇଥିଲା। ପରେ ତାଙ୍କ ନାମାଙ୍କନ ପ୍ରତ୍ୟାହାର କରିବାକୁ ତାଙ୍କ ଉପରେ ଚାପ ପ୍ରୟୋଗ କରାଯାଉଥିଲା। ଏନେଇ ତାଙ୍କୁ ଅପହରଣ କରାଯାଇଛି କ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?