ମୁଖ୍ୟମନ୍ତ୍ରୀଙ୍କ ଗାଁ ଧାନମଣ୍ଡି ନିରୀକ୍ଷଣ କଲେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଗାଁ ଧାନମଣ୍ଡି ପଳାଶପଙ୍ଗା ସେବା ସମବାୟ ସମିତି ପରିଦର୍ଶନ କରିଛନ୍ତି।

ଧାନ ବିକ୍ରି କରିପାରି ନ ଥିବା ପଳାଶପଙ୍ଗା ଧାନମଣ୍ଡିର ୧୩୯ ଚାଷୀ ଓ ପଦ୍ମପୁର ସେବା ସମବାୟ ସମିତିର ୧୪୪ ଚାଷୀ, ରାଇସୁଆଁ ସେବା ସମବାୟ ସମିତିର ୯୮ ଚାଷୀ, ନରଣପୁର ସେବା ସମବାୟ ସମିତିର ୭୨ ଚାଷୀ, ରଘୁନାଥପୁର ସେବା ସମବାୟ ସମିତିର ୮୦ ଚାଷୀ ଓ ମଇଦାନକେଲ ସେବା ସମବାୟ ସମିତିର ୩୩ ଚାଷୀଙ୍କ କିଣା ହେବାକୁ ଥିବା ୨୫ ହଜାର ୭୯୧ କୁଇଣ୍ଟାଲ ଧାନ ମାର୍ଚ୍ଚ ୩୧ ତାରିଖ ଭିତରେ କିଣାଯିବ ବୋଲି ରାଜ୍ୟ ସଭାପତି ସାହୁ କହିବା ସହ ଉପସ୍ଥିତ ଚାଷୀଙ୍କୁ ନିର୍ଭର ଯୋଗ୍ୟ ପ୍ରତିଶ୍ରୁତି ଦେଇଥିଲେ।

କେନ୍ଦୁଝର ଜିଲାରେ ବର୍ତ୍ତମାନ ଶୁଦ୍ଧା ଧାନ ବିକ୍ରି କରିପାରି ନ ଥିବା ସମସ୍ତ ଚାଷୀଙ୍କ ଧାନ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ କିଣାଯିବ ବୋଲି ସାହୁ କହିଛନ୍ତି। ଏପରିକି କାହାରି ଗୁଜବରେ ବଶବର୍ତ୍ତୀ ନ ହୋଇ ବିରୋଧୀ ଦଳର ଅପପ୍ରଚାରରେ ବିଶ୍ୱାସ ନ କରିବାକୁ ସେ ଚାଷୀଙ୍କୁ ବୁଝାଇଥିଲେ।

ଏହି ଅବସରରେ ଭାଜପା କୃଷକ ମୋର୍ଚ୍ଚା ଜିଲା ସଭାପତି ଭାଗିରଥି ସିଂ, ଜିଲା ଧାନ ସଂଗ୍ରହ କମିଟି ସଦସ୍ୟ ପ୍ରକାଶ ସୂତ୍ରଧର, ଅତିରିକ୍ତ ଖାଦ୍ୟ ଯୋଗାଣ ଅଧିକାରୀ ବୀର କିଶୋର ମାରାଣ୍ଡି, ପଳାଶପଙ୍ଗା ସେବା ସମବାୟ ସମିତି ସମ୍ପାଦକ ଅଭୟ କୁମାର ପଲାଇଙ୍କ ସମେତ ବହୁ ଭାଜପା କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri