Posted inଜାତୀୟ

ରାହୁଲର ଅର୍ଥ ଆର’ ରୁ ରିଗ୍ରେଟଫୁଲ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୭।୩: ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଶୁକ୍ରବାର ରାହୁଲ ଗାନ୍ଧୀଙ୍କୁ ଗୃହ ନିୟମର ଏକ ବୁକଲେଟ ଦେବା ପାଇଁ ମୁଁ ଆଣିଥିଲି। ଯେଉଁଥିରେ ତାଙ୍କର ଉପସ୍ଥାନ ଗୃହରେ ହାରାହାରି ଉପସ୍ଥାନଠାରୁ ବି କମ୍‌। ଗୋଟିଏ ପରିବାର, ଘର ଏବଂ ଦେଶ ଅପେକ୍ଷା ବଡ କି ବୋଲି ଅନୁରାଗ ପ୍ରଶ୍ନ କରିଛନ୍ତି। ସଂସଦ ଏବଂ ଦେଶକୁ ବିଦେଶୀ ମାଟିରୁ ଅପମାନିତ କରିଥିବା ରାହୁଲ ଗାନ୍ଧୀ ଗୃହକୁ ଆସି ଦେଶକୁ କ୍ଷମା ମାଗିବାରେ କାହିଁକି ଲଜ୍ଜା ଅନୁଭବ କରୁଛନ୍ତି। ସେହିପରି ରାହୁଲ ଗାନ୍ଧୀଙ୍କ ‘ଦୁର୍ଭାଗ୍ୟବଶତଃ , ମୁଁ ଜଣେ ଏମ୍‌ପି’ ବିବୃତ୍ତିରେ ଉପରେ ମଧ୍ୟ କେନ୍ଦ୍ରମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ରାହୁଲଙ୍କୁ ଟାର୍ଗେଟ କରି ଅନୁରାଗ କହିଛନ୍ତି, ବେଳେବେଳେ ସତ୍ୟ ପଦାକୁ ଆସିଯାଏ। ଆଉ ଏହା ବାସ୍ତବରେ ସେ ଏମ୍‌ପି ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଅନୁରାଗ କହିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ରାହୁଲ ଗାନ୍ଧୀ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଯାହାର ଏକ କ୍ଲିପ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ରାହୁଲ ଗାନ୍ଧୀ କହିଛନ୍ତି, ଦୁର୍ଭାଗ୍ୟବଶତଃ, ମୁଁ ଜଣେ ଏମ୍‌ପି। ଏହି ସମୟରେ ତାଙ୍କ ସହ ବୈଠକରେ ବସିଥିବା ଦଳର ବରିଷ୍ଠ ନେତା ଜୟରାମ ରମେଶ ତାଙ୍କୁ ଏହି ମନ୍ତବ୍ୟରେ ସଂଶୋଧନ କରୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri