Posted inଜାତୀୟ

ରାହୁଲର ଅର୍ଥ ଆର’ ରୁ ରିଗ୍ରେଟଫୁଲ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୭।୩: ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଶୁକ୍ରବାର ରାହୁଲ ଗାନ୍ଧୀଙ୍କୁ ଗୃହ ନିୟମର ଏକ ବୁକଲେଟ ଦେବା ପାଇଁ ମୁଁ ଆଣିଥିଲି। ଯେଉଁଥିରେ ତାଙ୍କର ଉପସ୍ଥାନ ଗୃହରେ ହାରାହାରି ଉପସ୍ଥାନଠାରୁ ବି କମ୍‌। ଗୋଟିଏ ପରିବାର, ଘର ଏବଂ ଦେଶ ଅପେକ୍ଷା ବଡ କି ବୋଲି ଅନୁରାଗ ପ୍ରଶ୍ନ କରିଛନ୍ତି। ସଂସଦ ଏବଂ ଦେଶକୁ ବିଦେଶୀ ମାଟିରୁ ଅପମାନିତ କରିଥିବା ରାହୁଲ ଗାନ୍ଧୀ ଗୃହକୁ ଆସି ଦେଶକୁ କ୍ଷମା ମାଗିବାରେ କାହିଁକି ଲଜ୍ଜା ଅନୁଭବ କରୁଛନ୍ତି। ସେହିପରି ରାହୁଲ ଗାନ୍ଧୀଙ୍କ ‘ଦୁର୍ଭାଗ୍ୟବଶତଃ , ମୁଁ ଜଣେ ଏମ୍‌ପି’ ବିବୃତ୍ତିରେ ଉପରେ ମଧ୍ୟ କେନ୍ଦ୍ରମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ରାହୁଲଙ୍କୁ ଟାର୍ଗେଟ କରି ଅନୁରାଗ କହିଛନ୍ତି, ବେଳେବେଳେ ସତ୍ୟ ପଦାକୁ ଆସିଯାଏ। ଆଉ ଏହା ବାସ୍ତବରେ ସେ ଏମ୍‌ପି ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଅନୁରାଗ କହିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ରାହୁଲ ଗାନ୍ଧୀ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଯାହାର ଏକ କ୍ଲିପ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ରାହୁଲ ଗାନ୍ଧୀ କହିଛନ୍ତି, ଦୁର୍ଭାଗ୍ୟବଶତଃ, ମୁଁ ଜଣେ ଏମ୍‌ପି। ଏହି ସମୟରେ ତାଙ୍କ ସହ ବୈଠକରେ ବସିଥିବା ଦଳର ବରିଷ୍ଠ ନେତା ଜୟରାମ ରମେଶ ତାଙ୍କୁ ଏହି ମନ୍ତବ୍ୟରେ ସଂଶୋଧନ କରୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri