ବିଡିଓଙ୍କ ଜାଲ୍‌ ଦସ୍ତଖତ କରି ଭାଜପା ନେତା ଗିରଫ

ଟାଙ୍ଗୀ(ଖୋର୍ଦ୍ଧା),୨୩ା୫ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବିଡିଓ ଐଶ୍ୱର୍ଯ୍ୟା ସାମନ୍ତରାୟଙ୍କ ଦସ୍ତଖତକୁ ଜାଲ୍‌ କରି ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେଇଥିବା ଅଭିଯୋଗରେ ଟାଙ୍ଗୀ ଥାନା ପୋଲିସ ଜଣେ ଠିକାଦାରଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ସେ ହେଲେ ଚିଲିକା ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀ ତଥା ଭାଜପା ନେତା କିଶୋର ବେହେରା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ଼ପାରି ଏବଂ କୁହୁଡ଼ି ସ୍ବାସ୍ଥ୍ୟ ଉପକେନ୍ଦ୍ର ଗୃହ ନିର୍ମାଣ ପାଇଁ କିଶୋର ଟେଣ୍ଡର ପାଇଥିଲେ। ଏହି କାମ କରିବା ପାଇଁ କିଶୋର ବ୍ଲକ ପ୍ରଶାସନ ସହ ଏଗ୍ରିମେଣ୍ଟ କରିଥିଲେ। ଏହି ଏଗ୍ରିମେଣ୍ଟ ଅନୁସାରେ ସିକ୍ୟୁରିଟି ବାବଦକୁ ୧୫ ଲକ୍ଷରୁ ଅଧିକ ଟଙ୍କାର ୪ଟି ଟିଡିଆର ନିଜ ନାମରେ ସୋରଣ ସ୍ଥିତ ଇଣ୍ଡିଆନ ଓଭରସିଜ୍‌ ବ୍ୟାଙ୍କ ଶାଖାରେ ଫିକ୍ସ ଡିପୋଜିଟ୍‌ କରି ବିଡିଓଙ୍କ ନାମରେ ପ୍ଲେଜ୍‌ କରିଥିଲେ। ନିୟମ ଅନୁସାରେ କାମ ସରିବା ପରେ ବ୍ଲକ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ପରେ ସେ ସେହି ଜମା ଅର୍ଥ ଉଠାଣ କରିଥାନ୍ତେ। ହେଲେ କାମ ଆରମ୍ଭ କରିବା ପୂର୍ବରୁ ବିଡିଓ ସାମନ୍ତରାୟଙ୍କ ଦସ୍ତଖତକୁ ଜାଲ କରି କିଶୋର ସେହି ଟଙ୍କା ଉଠାଇ ନେଇଥିବା ଜଣାପଡିଥିଲା। ବ୍ଲକର ଆକାଉଣ୍ଟ ନମ୍ବର ୭୪୫୪୦୯୬୧୪୮ରୁ ୨୮,୧୭୪ ଟଙ୍କା, ଆକାଉଣ୍ଟ ନଂ.୭୪୫୪୦୯୦୭୧୪ରୁ ୨୮,୧୭୪ ଟଙ୍କା, ଆକାଉଣ୍ଟ ନଂ. ୭୫୫୪୧୦୨୬୯୭ରୁ ୭,୪୫,୧୮୮ ଏବଂ ଆକାଉଣ୍ଟ ନଂ.୭୪୫୪୯୦୧୮୩୭ରୁ ୭,୪୫,୧୮୮ ଟଙ୍କା ଏପରି ୪ଟି ପର୍ଯ୍ୟାୟରେ ଦୁଇଦିନ ମଧ୍ୟରେ ୧୫ ଲକ୍ଷ ୪୬ହଜାର ୭୨୪ ଟଙ୍କା ଉଠାଇ ନେଇଥିଲେ। ଏହି ଘଟଣା ଜଣାପଡିବା ପରେ ବିଡିଓ ସାମନ୍ତରାୟ ଥାନାରେ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ପୋଲିସ ଏକ ମାମଲା (ନଂ.୪୧୪/୨୩) ରୁଜୁ କରି ତଦନ୍ତ ଚଳାଇବା ସହ ସୋମବାର ରାତିରେ କିଶୋରଙ୍କୁ ଗିରଫ କରିଥିଲା। ପ୍ରକାଶ ଯେ, ଅଭିଯୁକ୍ତ କିଶୋର ଭାଜପାର ଜଣେ ଟାଣୁଆ ସଙ୍ଗଠକ ଭାବେ ଜଣାଶୁଣା। ତାଙ୍କର ଠିକାଦାରି ଲାଇସେନ୍ସ ଥିବାରୁ ସେ ଏହି ନିର୍ମାଣ କାମ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri