Posted inଜାତୀୟ

ଭାଜପା ନେତାଙ୍କ ହତ୍ୟା ଘଟଣା: ସ୍ବତନ୍ତ୍ର ଟିମ୍‌ ଗଠନ

ଚେନ୍ନାଇ,୨୫।୫: ଚେନ୍ନାଇର ଭାଜପା ନେତା ବାଲଚନ୍ଦ୍ରଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ୩ ଜଣ ଦୁର୍ବୃତ୍ତ ହତ୍ୟା କରିଛନ୍ତି। ସେ ଚେନ୍ନାଇ ଭାଜପା ସେଣ୍ଟ୍ରାଲ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଧ୍ୟକ୍ଷ ଥିଲେ। ଚିନ୍ତାଦ୍ରିପେଟ୍‌ଠାରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସମୟରେ ଭାଜପା ନେତାଙ୍କ ସୁରକ୍ଷାକର୍ମୀ ଚା’ ପିଇବାକୁ ଯାଇଥିଲେ। ତେବେ ବାଲଚନ୍ଦ୍ରଙ୍କ ହତ୍ୟା ପରେ ବିରୋଧୀ ଭାଜପା ଏଥିପାଇଁ ଶାସକ ଡିଏମ୍‌କେକୁ ଦାୟୀ କରିଛି। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବା ନେଇ ତାମିଲନାଡ଼ୁ ଭାଜପା ରାଜ୍ୟ ସଭାପତି କେ. ଆନ୍ନାମଲାଇ କହିଛନ୍ତି। ଏଥିସହ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଭାଜପା ତାମିଲନାଡୁ ପୋଲିସକୁ ୪୮ଘଣ୍ଟା ସମୟ ଦେଇଛି। ଯଦି ୪୮ଘଣ୍ଟା ମଧ୍ୟରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ଅସଫଳ ହୁଏ ତେବେ ଦଳ ବିରୋଧ ପ୍ରଦର୍ଶନ କରିବ ବୋଲି ଭାଜପା ରାଜ୍ୟ ଉପସଭାପତି କାରୁ ନାଗରାଜନ ଚେତାବନୀ ଦେଇଛନ୍ତି। ଅନ୍ୟପଟେ ଏହା ହତ୍ୟା ମାମଲା ଏବଂ ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଛି ବୋଲି ଚେନ୍ନାଇ ପୋଲିସ କମିଶନର ଶଙ୍କର ଜିଓ୍ବାଲ ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଚେନ୍ନାଇ କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri