ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା  ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ ନିଜ ଚାମ୍ବରରେ କାର୍ଯ୍ୟରତ ଥିବା ବେଳେ ଭାଜପା ନେତା ଉମାକାନ୍ତ ପଟ୍ଟନାୟକ ତାଙ୍କ ସମର୍ଥକମାନଙ୍କ ସହ ବିଡିଓଙ୍କ ଚାମ୍ବରରେ ଧସେଇ ପଶିଥିବା ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ, ବିଭିନ୍ନ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଏବଂ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତାଙ୍କ କର୍ମୀମାନଙ୍କୁ ଦିଆଯାଉ ନ ଥିବା ନେଇ ଉମାକାନ୍ତ ପଟ୍ଟନାୟକ ବିଡିଓଙ୍କୁ ପ୍ରଶ୍ନ କରିଥିଲେ। ଏହି ସମୟରେ ବିଡିଓଙ୍କୁ କଟୁ ଭାଷାରେ ଗାଳିଗୁଲଜ କରାଯାଇଥିବା ନେଇ ସେଠାରେ ଉପସ୍ଥିତ ପ୍ରତ୍ୟକ୍ଷଦର୍ଶୀମାନେ ଅଭିଯୋଗ କରିଛନ୍ତି।

ଏତେ ସଂଖ୍ୟକ ଲୋକଙ୍କ ମଧ୍ୟରେ ବିଡିଓ ଅଣନିଶ୍ୱାସୀ ଅନୁଭବ କରିବା ସହ ନିଜ ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ବ୍ଲକ କର୍ମଚାରୀଙ୍କ ସହାୟତାରେ ତାଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ତାଙ୍କ ଉଚ୍ଚରକ୍ତଚାପ ଓ ରକ୍ତରେ ଶର୍କରା ସ୍ତର ବୃଦ୍ଧି ପାଇଥିବା ଜଣାପଡ଼ିଥିଲା।

ଚିକିତ୍ସା ପରେ ମଧ୍ୟ ହୃଦ୍‌ରୋଗଜନିତ ସମସ୍ୟା ଅଧିକ ଥିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଛି।

ଘଟଣାକୁ ନେଇ ଜିଲାରେ ଆଲୋଡ଼ନ ସୃଷ୍ଟି ହୋଇଥିବା ବେଳେ ପ୍ରଶାସନିକ ଅଧିକାରୀ ଓ ବ୍ଲକ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଭାଜପା ପକ୍ଷରୁ ଉମାକାନ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ‘ହର ଘର ତ୍ରିରଙ୍ଗା’ ଯାତ୍ରା ପାଇଁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପ୍ରସ୍ତୁତି ଚାଲିଥିଲା। ବିଭିନ୍ନ ପଞ୍ଚାୟତରୁ ଆସିଥିବା କର୍ମୀମାନେ ମଧ୍ୟ ସେଠାରେ ଏକଜୁଟ ହୋଇଥିଲେ। ଏହା ପରେ ବିଡିଓଙ୍କ ଚାମ୍ବରରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ବିଡିଓ ଗୁରୁତର ଅସୁସ୍ଥ ଥିବାରୁ ଖବର ଲେଖାଯିବା ପର୍ଯ୍ୟନ୍ତ ତାଙ୍କ ପକ୍ଷରୁ ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?